ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟ ପାଇଁ ନୀତି ନିର୍ଘଣ୍ଟ, ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ

ମେ ୧୦ ତାରିଖରେ ଅକ୍ଷୟ ତୃତୀୟା । ଏହି ଦିନ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ ।

ପୁରୀ : ମେ ୧୦ ତାରିଖରେ ଅକ୍ଷୟ ତୃତୀୟା । ଏହି ଦିନ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଏନେଇ ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟ ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।

ନୀତି ସବ୍ କମିଟିରେ ଚୂଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି । ନୀତି ନିର୍ଘଣ୍ଟ ଅନୁଯାୟୀ ଅକ୍ଷୟ ତୃତୀୟା ଦିନ ଅପରାହ୍ନ ୩ଟା ରେ ଦ୍ଵାଦଶ ଯାତ୍ରା ଓ ନକ୍ଷତ୍ର ବନ୍ଦାପନା, ଅପରାହ୍ନ ସାଢେ ୩ଟାରେ ବିମାନକୁ ଦିଅଁ ବିଜେ, ଅପରାହ୍ନ ୪ଟା ରେ ରଥ ଆଜ୍ଞାମାଳ ବିଜେ ଓ ବିମାନ ଉଠିବ ।

ରାତି ୧୦ଟା ରେ ଚନ୍ଦନ ଠାକୁର ବାହୁଡ଼ା ବିଜେ କରିବା ନେଇ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି । ସମସ୍ତ ନୀତି କାନ୍ତି ଯେଭଳି ଶୃଙ୍ଖଳିତ ଭାବେ ସମ୍ପାଦନା ହୋଇପାରିବ ସେନେଇ ସମସ୍ତ ସେବାୟତ ନିଯୋଗଙ୍କ ସହଯୋଗ ଲୋଡିଥିଲେ ମୁଖ୍ୟ ପ୍ରଶାସକ । ଭକ୍ତମାନେ କିଭଳି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ ସେ ନେଇ ମଧ୍ୟ ବୈଠକରେ ଆଲୋଚନା କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.