Below header

ଲଘୁଚାପ ଡିପ ଡିପ୍ରେସନରେ ପରିଣତ : ୪୮ ଘଣ୍ଟା ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ବାବନା

ଭୁବନେଶ୍ବର(କେନ୍ୟୁଜ୍) : ବଙ୍ଗୋପସାଗରେ ସୃଷ୍ଟି ଲଘୁଚାପ ଡିପ ଡିପ୍ରେସନରେ ପରିଣତ ହୋଇଛି । ୪୮ ଘଣ୍ଟା ଧରି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଏକ ବୈଠକରେ ସମୀକ୍ଷା କରିଛନ୍ତି । ପରିସ୍ଥିତିର ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଏନଡିଆରଏଫ ଓ ଅଗ୍ନିଶମ ବାହିନୀକୁ ମଧ୍ୟ ସଜାଗ କରାଯାଇଛି ।

ରାଜ୍ୟରେ ଦୁଇ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା । ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ବୈଠକରେ ସମୀକ୍ଷା କରାଯାଇଛି । ସବୁ ଜିଲ୍ଲାପାଳଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ସ୍ୱାଧୀନତା ଦିବସ ପାଳନ ସମୟରେ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଛି । ଆପଦ୍କାଳୀନ ପରିସ୍ଥିତି ପାଇଁ ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବାହିନୀକୁ ସଜାଗ ରଖାଯାଇଛି ।

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଏବେ ଡିପ୍ ଡିପ୍ରେସନରେ ପରିଣତ ହୋଇଛି । ଏହାର ପ୍ରଭାବରେ ବିଶେଷକରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ରହିଛି ପ୍ରବଳ ବର୍ଷାର ସମ୍ଭାବନା । ସେହିପରି ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀଙ୍କୁ ସତର୍କ କରାଯାଇଛି । ତେବେ ରାଜ୍ୟର ପ୍ରମୁଖ ନଦୀଗୁଡ଼ିକ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବାରୁ ଜୀବନଯାତ୍ରା ପ୍ରଭାବିତ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.