ଆଗାମୀ ଦୁଇ ଦିନ ଲାଗି ରହିବ ଘନ କୁହୁଡ଼ି, ଯାତାୟାତ ବେଳେ ସତର୍କ ରହିବାକୁ ପାଣିପାଗ ବିଭାଗର ସୂଚନା
ଆଗାମୀ ଦୁଇ ଦିନ ଘନ କୁହୁଡ଼ି ଲାଗି ରହିବ । ଏହି ସମୟରେ ଦୃଶ୍ୟମାନ ଦୂରତା ୨୦୦ରୁ ୫୦ ମିଟର ମଧ୍ୟରେ ସୀମିତ ରହୁଥିବାରୁ ଯାତାୟାତ ବେଳେ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ ।
ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ଦୁଇ ଦିନ ଘନ କୁହୁଡ଼ି ଲାଗି ରହିବ । ଏହି ସମୟରେ ଦୃଶ୍ୟମାନ ଦୂରତା ୨୦୦ରୁ ୫୦ ମିଟର ମଧ୍ୟରେ ସୀମିତ ରହୁଥିବାରୁ ଯାତାୟାତ ବେଳେ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ । ଜାତୀୟ ରାଜପଥ ଗୁଡିକରେ ପରିବହନରେ ବାଧା ଉପୁଜିବାର ସମ୍ଭାବନା ଥିବାରୁ ଏଥିପ୍ରତି ଧ୍ୟାନ ଦେବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି । ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଦୁଇ ଦିନ ଉପକୂଳ ଓଡିଶା ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲାଗୁଡିକରେ ମଧ୍ୟ ରାତ୍ରିରୁ ସକାଳ ମଧ୍ୟରେ ଘନ କୁହୁଡି ସମ୍ଭାବନା ଥିବାରୁ କିଛି ଜିଲ୍ଲାକୁ ଚେତାବନୀ ଜାରି କରାଯାଇଛି ।
ସେହିଭଳି ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟ ମଧ୍ୟକୁ ବଙ୍ଗୋପସାଗର ଅଞ୍ଚଳରୁ କ୍ରମାଗତ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ବାୟୁ ପ୍ରବେଶ କରୁଥିବାରୁ ଆଗାମୀ ଦୁଇ ଦିନରେ ରାତ୍ରି ତାପମାତ୍ରାରେ ଆହୁରି ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି । ଫଳରେ ଆଗାମୀ ୬ରୁ ୭ ଦିନ ଯାଏଁ ଶୀତର କୌଣସି ସମ୍ଭାବନା ନାହିଁ ।