ତିଳେଇବଣି ବିଡିଓଙ୍କୁ ମାଡ଼ ମାରିବା ଘଟଣା: ଦେବଗଡ଼ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀଙ୍କ ସହ ୩ ସହଯୋଗୀ ଗିରଫ

ଦେବଗଡ଼ (କେନ୍ୟୁଜ): ଦେବଗଡ଼ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ଗିରଫ। ତିଳେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସୁବାସ ପାଣିଗ୍ରାହୀ ଓ ତାଙ୍କ ୩ ସହଯୋଗୀଙ୍କୁ ଗିରଫ କରିଛି ଦେବଗଡ଼ ପୋଲିସ। ଗତକାଲି ତିଳେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ବିଜେପି ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ତାଙ୍କ ସହଯୋଗୀ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା।

ଏନେଇ ବିଡିଓ ଥାନାରେ ଅଭିଯୋଗ କରିଥିଲେ। ଗତକାଲି ତିଳେଇବଣି ବିଡିଓ, ଦେବଗଡ଼ ତହସିଲଦାର ଓ ରାଜସ୍ୱ ବିଭାଗ କର୍ମଚାରୀଙ୍କ ସହ ଛେପଲିପାଲି ପଞ୍ଚାୟତ ଭାଲିଆଗୁଡ଼ି ଗ୍ରାମରେ ଏକ ଯୁଗ୍ମ ତଦନ୍ତରେ ଯାଇଥିଲେ । ଏହି ସମୟରେ ସେଠାରେ ବିଧାୟକ ସୁବାସ ପାଣିଗ୍ରାହୀ ଓ ତାଙ୍କ ସହଯୋଗୀ ପହଞ୍ଚି ବିଡିଓଙ୍କୁ ମାଡ ମାରିବା ସହ ଗାଡ଼ିରେ ଉଠାଇ ନେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.