ଝାରସୁଗୁଡ଼ାରୁ ବାରକୋଟ୍ ପର୍ଯ୍ୟନ୍ତ ଚାଲିବ ଟ୍ରେନ, ରେଳ ମନ୍ତ୍ରାଳୟର ମଞ୍ଜୁର

5T ସଚିବ ଭିକେ ପାଣ୍ଡିଆନଙ୍କ କଳାହାଣ୍ଡି ଗସ୍ତ ପରେ ଧର୍ମଗଡ଼ ପାଇଁ ଖୁସି ଖବର। ପାଣ୍ଡିଆନଙ୍କ ଗସ୍ତର କିଛି ଦିନ ପରେ ଧର୍ମଗଡକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ ଘୋଷଣା କରାଯାଇଛି।

ଓଡ଼ିଶାରେ ଝାରସୁଗୁଡ଼ାରୁ ବାରକୋଟ୍ ପର୍ଯ୍ୟନ୍ତ ଚାଲିବ ଟ୍ରେନ । ନୂଆ ରେଳ ଲାଇନ ତିଆରି କରିବା ପାଇଁ ଆନୁଷଙ୍ଗିକ ପଦକ୍ଷେପ ନିଆଯାଇଛି । ୧୬୦ କିମି ବିଶିଷ୍ଟ ବାରକୋଟ ଏବଂ ଝାରସୁଗୁଡା ରେଳ ଲାଇନ ପାଇଁ ଡିପିଆର ପ୍ରସ୍ତୁତ କରିବାକୁ ଫାଇନାଲ ଲୋକେସନ୍ ସର୍ଭେ(ଏଫଏଲଏସ) କରିବା ପାଇଁ ରେଳ ମନ୍ତ୍ରାଳୟ ମଞ୍ଜୁର କରିଛି।

ନୂଆ ରେଳ ଲାଇନ ଶିଳ୍ପ ସମୃଦ୍ଧ ଅଞ୍ଚଳ ଝାରସୁଗୁଡା ଠାରୁ ଦେବଗଡ଼ ଜିଲ୍ଲାର ବାରକୋଟ୍ ସହ ସଂଯୋଗ କରିବ। ଏହି ପଦକ୍ଷେପ ଦ୍ୱାରା ଦେବଗଡ଼ ଜିଲ୍ଲା ପ୍ରଥମ ଥର ପାଇଁ ରେଳ ଲାଇନ ସହ ସଂଯୋଗ କରିବାକୁ ଯାଉଛି ।ଏହି ରେଳ ଲାଇନ କାର୍ଯ୍ୟକ୍ଷମ ହେଲେ ଝାରସୁଗୁଡା ଏବଂ ଦେବଗଡ଼ ଜିଲ୍ଲାରେ ବିକାଶର ନୂଆ ଧାରା ସୃଷ୍ଟି ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.