ଉତ୍ତର-ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ  : ରାଜ୍ୟରେ ଆହୁରି ବର୍ଷିବ ବର୍ଷା

rainଭୁବନେଶ୍ବର : ଆହୁରି ବର୍ଷିବ ବର୍ଷା। ଉତ୍ତର-ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଭ୍ୟନ୍ତରୀଣ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ବର୍ଷିବ। ୧୨ ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୫ ତାରିଖ ପର୍ୟ୍ୟନ୍ତ ବର୍ଷା ଲାଗି ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

You might also like