ବଙ୍ଗୋପସାଗରରେ ସୃଷ୍ଟି ହେଲା ଡିପ୍ରେସନ୍‌, ଆସନ୍ତା ୪୮ଘଣ୍ଟାରେ ଅଧିକ ଘନୀଭୂତ ହେବ ଅବପାତ

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ସୁଦୃଶ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଦକ୍ଷିଣ ପଶ୍ଚିମ ଏବଂ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଅବପାତରେ ପରିଣତ ହୋଇଛି । ଆସନ୍ତା ୪୮ଘଣ୍ଟାରେ ଅଧିକ ଘନୀଭୂତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ତାମିଲନାଡ଼ୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବନା ରହିଛି । ତେବେ ଅବପାତର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ଦକ୍ଷିଣ ଓଡ଼ିଶା ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୧ ଓ ୨୨ ତାରିଖରେ ବର୍ଷା ସମ୍ଭାବନା ରହିଛି । ଏପଟେ ଉପକୂଳ ଓଡ଼ିଶାରେ କୋହଲା ରହିଛି ପାଗ । ଆଭ୍ୟନ୍ତରୀଣ ଓଡ଼ିଶାରେ ଶୁଷ୍କ ଥଣ୍ଡା ବାୟୁ ପ୍ରଭାବରେ ତଳମୁହାଁ ହୋଇଛି ପାରଦ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.