ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସି ଖବର, ସ୍ନାନମଣ୍ଡପରେ ୩ ଘଣ୍ଟା ଧରି ମହାପ୍ରଭୁଙ୍କୁ ଦର୍ଶନ କରିବେ କିନ୍ତୁ ଶ୍ରୀଜିଉଙ୍କୁ କରିପାରିବେନି ସ୍ପର୍ଶ

ପୁରୀ (କେନ୍ୟୁଜ): ଆସନ୍ତା ଜୁନ୍‌ ୧୪ ତାରିଖରେ ହେବ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ନୀତି ସବ୍‌କମିଟି ପରେ ଛତିଶା ନିଯୋଗ ବୈଠକ ବସିଥିଲା । ଦେବସ୍ନାନ ପୂର୍ଣ୍ଣିମା ଠାରୁ ନିଳାଦ୍ରୀ ବିଜେ ଯାଏ ନୀତି ସବକମିଟିର ନୀତି ନିର୍ଘଣ୍ଟ ଓ ବ୍ୟବସ୍ଥାବଳୀକୁ ଛତିଶା ନିଯୋଗ ଅନୁମୋଦନ ଦେଇଛି ।

ଜୁନ୍‌ ୧୪ରେ ଭୋର ୪ଟାରେ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହୋଇ ୬ଟାରେ ଶେଷ ହେବ । ସକାଳ ୯.୩୦ରୁ ୧୧.୩୦ ମଧ୍ୟରେ ଜଳ ବିଜେ ଓ ଦିନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ହାତୀବେଶ ଶେଷ କରାଯିବ। ଏଥର ଭକ୍ତଙ୍କ ଗହଣରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବାକୁ ଯାଉଥିବାରୁ ଅଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି । ସ୍ନାନ ପୂର୍ଣ୍ଣିମାରେ ସକାଳେ ପରିମାଣିକ ଟିକେଟ ଦର୍ଶନ କରାଯିବ ।

ଶ୍ରଦ୍ଧାଳୁମାନେ ବଡ଼ଦାଣ୍ଡରୁ ଜଳଲାଗି ଓ ହାତୀବେଶ ପରେ ତିନି ଘଣ୍ଟା ସ୍ନାନ ମଣ୍ଡପ ଉପରେ ମହାପ୍ରଭୁଙ୍କ ବେଶ ଦେଖିବାର ସୁଯୋଗ ପାଇବେ । ତେବେ କେହି ଶ୍ରୀବିଗ୍ରହଙ୍କୁ ସ୍ପର୍ଶ କରିପାରିବେ ନାହିଁ । ଜଳଲାଗି ଓ ହାତୀବେଶ ସମୟରେ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ଯେଭଳି କୌଣସି ସେବାୟତ ଠିଆ ହୋଇ ବାଧା ସୃଷ୍ଟି କରିବେ ନାହିଁ ଏହା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.