ଆଜି ପବିତ୍ର ଅଁଳା ନବମୀ; ରାଧା ପାଦ ଦର୍ଶନ ପାଇଁ ସାକ୍ଷୀଗୋପାଳରେ ଲୋକଙ୍କ ଭିଡ଼
ଆଜି ପତ୍ର ଅଁଳାନବମୀ ତଥା ରାଧାପାଦ ଦର୍ଶନ । ପୁରୀ ଜିଲ୍ଲା ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ଏହି ଦୁର୍ଲଭ ପାଦ ଦର୍ଶନର ସୌଭାଗ୍ୟ ଲାଭ କରିବା ପାଇଁ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି ।
ପୁରୀ (କେନ୍ୟୁଜ): ଆଜି ପବିତ୍ର ଅଁଳାନବମୀ ତଥା ରାଧାପାଦ ଦର୍ଶନ । ପୁରୀ ଜିଲ୍ଲା ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ଏହି ଦୁର୍ଲଭ ପାଦ ଦର୍ଶନର ସୌଭାଗ୍ୟ ଲାଭ କରିବା ପାଇଁ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ରାତି ୩ଟାରୁ ମନ୍ଦିର ଖୋଲାଯାଇ ମଙ୍ଗଳ ଆଳତୀ, ଅବକାଶ ନୀତି କରାଯିବା ପରେ ସାକ୍ଷୀ ଗୋପୀନାଥ ଓ ରାଧାରାଣୀଙ୍କୁ ରାଧା ଦାମୋଦର ବେଶରେ ସୁସଜ୍ଜିତ କରାଯାଇଛି। ବର୍ଷକ ମଧ୍ୟରେ ଥରେ ମାତ୍ର ଭକ୍ତ ମାନେ ଏହି ଦର୍ଶନର ସୌଭାଗ୍ୟ ପାଇଥାନ୍ତି ।
ଏହି ଦିନ ମାଆ ଓଡ଼ିଆଣୀ ବା ଶ୍ରୀକୃଷ୍ଣ ନଟବର ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ବର୍ଷକ ମଧ୍ୟରେ ଥରେ ମାତ୍ର ଭକ୍ତ ମାନେ ଏହି ଦର୍ଶନର ସୌଭାଗ୍ୟ ପାଇଥାନ୍ତି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରାଧାପାଦ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ୩ ଥାକିଆ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛିା