ପୁରୀ(କେନ୍ୟୁଜ୍):ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଥିଲା ପରିବେଶ। ଲହଡ଼ି ଭାଙ୍ଗୁଥିଲା ଜନସମୁଦ୍ର । ଭଗବାନ ଓ ଭକ୍ତଙ୍କର ଅପୂର୍ବ ମିଳିନ । ଜନ୍ମବେଦୀରେ ଲୀଳାଖେଳା ସାରି ବାହୁଡ଼ିଲେ ଚତୁର୍ଦ୍ଧାମୂର୍ତ୍ତି । ଗୁଣ୍ଡିଚା ମନ୍ଦିରରେ ଆଜି ଧାର୍ଯ୍ୟ ସମୟଠୁ ସଅଳ ସରିଥିଲା ନୀତିକାନ୍ତି । ନାକଚଣା ଦ୍ୱାର ଆଗରେ ଶ୍ରୀଜିଉଙ୍କ ଅପେକ୍ଷାରେ ଥିଲେ ତିନି ରଥ । ଆଡ଼ପ ମଣ୍ଡପରୁ ଧାଡ଼ି ପହଣ୍ଡିରେ ଅଣାଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରଥାରୁଢ଼ କରାଯାଇଥିଲା ।
ପ୍ରଥମେ ଚକ୍ରରାଜ ସୁଦର୍ଶନ, ପଛକୁ ପଛ ବଳଭଦ୍ର, ଦେବୀ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା । ଶେଷରେ ଝୁଲି ଝୁଲି ଆସିଥିଲେ କାଳିଆ ସାଆନ୍ତ । ଶରଧାବାଲିରୁ ବଡ଼ଦାଣ୍ଡ ଯାଏ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । କିଏ କେତେ ଭାବ ଭଙ୍ଗୀରେ ଡାକିଥିଲା ମହାପ୍ରଭୁଙ୍କୁ । ଚର୍ମଚକ୍ଷୁରେ ରଥାରୁଢ଼ ଶ୍ରୀଜିଉଙ୍କୁ ଦର୍ଶନ କରି କୃତ୍ୟ କୃତ୍ୟ ହୋଇଥିଲେ ଶ୍ରଦ୍ଧାଳୁ।
ଗଜପତି ମହାରାଜ ଦିବ୍ୟସିଂହ ଦେବ ତିନି ରଥରେ ଛେରା ପହଁରା କରିଥିଲେ । ଚାରମାଳ ଖୋଲାଯାଇ ଘୋଡ଼ା ଯୋଚାଯିବା ପରେ ଆରମ୍ଭ ହୋଇଥିଲା ରଥଟଣା । ପ୍ରଥମେ ଗଡ଼ିଥିଲା ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ । ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶ୍ରୀମନ୍ଦିର ଅଭିମୁଖେ ଗଡିଥିଲା ।
ବାଟରେ ମାଉସୀମା ମନ୍ଦିର ନିକଟରେ ଅଟକି ଚତୁର୍ଦ୍ଧାମୂର୍ତ୍ତି ପୋଡ଼ପିଠା ଖାଇଥିଲେ । ନନ୍ଦିଘୋଷ ରଥ ଶ୍ରୀନହର ସମ୍ମୁଖରେ ପହଂଚିବା ପରେ ସେଠାରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଲକ୍ଷ୍ମୀନାରାୟଣ ଭେଟ କରାଇଥିଲେ । ସଂଧ୍ୟାପୂର୍ବରୁ ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ ତିନି ରଥ । ଏଥିସହ ଚଳିତବର୍ଷ ପୁଣି ଇତିହାସ ରଚିଛି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ୭୫ ପ୍ଲାଟୁନ ଫୋର୍ସ ସହ ୧୦୦୦ ପୋଲିସ ଅଧିକାରୀ ମୁତୟନ ରହିଛନ୍ତି । ଟ୍ରାଫିକ କଟକଣା ମଧ୍ୟ ଲାଗୁ ହୋଇଛି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…