ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା, ସୁନାବେଶରେ ଦର୍ଶନ ଦେଲେ ମହାପ୍ରଭୁ

ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ବା ବିଜୟାଦଶମୀ ଅନୁଷ୍ଠିତ ହୋଇଛି l ଶ୍ରୀ ମନ୍ଦିର ରେ ସୁନାବେଶ ବା ରାଜରାଜଶ୍ୱେର ବେଶରେ ମହାପ୍ରଭୁ ଆଜି ସଜ୍ଜିତ ହୋଇ ଅଗଣିତ ଭକ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ।

ପୁରୀ : ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ବା ବିଜୟାଦଶମୀ ଅନୁଷ୍ଠିତ ହୋଇଛି l ଶ୍ରୀ ମନ୍ଦିର ରେ ସୁନାବେଶ ବା ରାଜରାଜଶ୍ୱେର ବେଶରେ ମହାପ୍ରଭୁ ଆଜି ସଜ୍ଜିତ ହୋଇ ଅଗଣିତ ଭକ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ସୁନାବେଶ ଅନୁଷ୍ଠିତ ହୋଇଛି l

ପବିତ୍ର ଦଶହରା ଅବସରରେ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି ସମ୍ପର୍ଣ୍ଣ କରାଯାଇଛି । ସକାଳଧୂପ ସରିବା ପରେ ଆୟୁଧମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯାଇ । ମେକାପ ତିନୋଟି ରୁପା ଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବା ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳମୂଷଳ , ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡ଼କୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖଚକ୍ର ଆୟୁଧ ଲାଗି କରିଛନ୍ତି ।

ସେପଟେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ରାମକୃଷ୍ଣ ବୀରବେଶ ଧାରଣ କରି ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସ୍ଥିତ ମହାଖଳା ବା ଦଶହରା ପଦାକୁ ବିଜେ କରିବାର ପରମ୍ପରା ରହିଛି। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶକୁ ଦର୍ଶନ କରବା ପାଇଁ  ପୁରୀରେ ଆଜି ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.