Below header

ପୋଲିସ୍ ଛାଉଣି ହେବ ବିଧାନସଭା, ସୁରକ୍ଷା ନିରୀକ୍ଷଣ କରିବେ ଡିଜିପି ଅରୁଣ ଷଡଙ୍ଗୀ

ଆସନ୍ତାକାଲି ଠାରୁ ଆରମ୍ଭ ହେବ ବଜେଟ ଅଧିବେଶନ। ୫ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ଭୁବନେଶ୍ୱର (କେନ୍ୟୁଜ) : ଆସନ୍ତାକାଲି ଠାରୁ ଆରମ୍ଭ ହେବ ବଜେଟ ଅଧିବେଶନ। ୫ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩ ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବ। ଆଜି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବେ ଡିଜି ଇଂଚାର୍ଜ ଅରୁଣ ଷଡଙ୍ଗୀ । ପୂରା ସୁରକ୍ଷା ବ୍ୟବସ୍ଥା ପାଇଁ ୨୮ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ। ଏସ୍ ଓଜି, ଷ୍ଟ୍ରାଇକିଂ ଫୋର୍ସ, ବୋମା ନିଷ୍କ୍ରିୟକାରୀ ଦଳ, କ୍ୟୁଏଟି, ଡଗ୍ ସ୍କ୍ବାଡ୍ , ଅଗ୍ନିଶମ ବିଭାଗ ଆଦି ସବୁ ଦିଗ ଉପରେ ତୀକ୍ଷ୍ଣ ନଜର ରଖିବେ।

ବିଧାନସଭାଠାରୁ ଆରମ୍ଭ କରି ଲୋୟର ପିଏମ୍ ଜି, ରବୀନ୍ଦ୍ର ମଣ୍ଡପ ଛକ ଏବଂ ସଂଲଗ୍ନ ରାସ୍ତାରେ ସିସିଟିଭି ଖଞ୍ଜା ଯାଇଛି । ଆନ୍ଦୋଳନକାରୀଙ୍କଠାରୁ ଆରମ୍ଭ କରି ସନ୍ଦିଗ୍ଧ, ସମସ୍ତଙ୍କ ଗତିବିଧି ଉପରେ ତୀକ୍ଷ୍ଣ ନଜର ରଖାଯିବ। ସୁରକ୍ଷାକୁ ଅଧିକ କଡ଼ାକଡ଼ି ପାଇଁ ବିଧାନସଭା ଗେଟ୍ , ରବୀନ୍ଦ୍ର ମଣ୍ଡପ ଗେଟ୍, ଲୋୟର ପିଏମ୍ ଜି ଆଦି ୫ଟି ସ୍ଥାନରେ ୫ଟି ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ ରୁମ୍ କରାଯାଇଛି। ଡିସିପି ପ୍ରତୀକ ସିଂଙ୍କ ନେତୃତ୍ବରେ ୮ ଜଣ ଅତିରିକ୍ତ ଡିସିପି, ୧୬ ଜଣ ଏସିପି, ୨୦ ଜଣ ଇନ୍ସପେକ୍ଟରଙ୍କ ସହ ୧୦୦ ରୁ ଉର୍ଦ୍ଧ ପୋଲିସ କର୍ମଚାରୀ ନିୟୋଜିତ ହେବେ । ବିଧାନସଭା ଚାରିପଟେ ସଶସ୍ତ୍ର ସୁରକ୍ଷା ବାହିନୀ ଅହୋରାତ୍ର ଜଗି ରହିବେ। ବିଧାନସଭା ଛାତ ଉପରେ ରୁଫ ଟଫ ପୁଲିସ ରହିବେ। ପ୍ରବେଶ ପଥରେ ଦୁଇଟି ଚେକ୍ ପୋଷ୍ଟ କରାଯାଇଛି। ବିଧାନସଭାକୁ ସଂଯୋଗ କରୁଥିବା ୫ ଟି ରୁଟକୁ ଡାଇଭଟ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.