ଭୁବନେଶ୍ୱର (କେନ୍ୟୁଜ): ଧାମନଗର ବିଧାୟକ ତଥା ବିଜେପି ନେତା ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଏନେଇ ଏମ୍ସ ଆଡିସନାଲ ସୁପରିଟେଣ୍ଡେଣ୍ଟ ସୂଚନା ଦେଇଛନ୍ତି। କିଡନୀ ରୋଗରେ ପୀଡ଼ିତ ହୋଇ ମାସେ ହେଲା ସେ ICUରେ ଥିଲେ।