Below header

OBC ଓ SEBCଙ୍କ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ୟୁଜ୍(ବ୍ୟୁରୋ):  ଓବିସି ଓ ଏସଇବିସି ବର୍ଗଙ୍କ ପାଇଁ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ସ୍ଥାନ ସଂରକ୍ଷଣ ପାଇଁ ପଦକ୍ଷେପ ନିଅନ୍ତୁ ରାଜ୍ୟ ସରକାର । ଏନେଇ ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ଚିଠିରେ ଉଲ୍ଲେଖ କରିଛନ୍ତି, ଓବିସି କମିଶନ ଗଠନ ହୋଇଥିବା ସତ୍ତ୍ୱେ ଓବିସି ବର୍ଗଙ୍କ ପାଇଁ ସଂରକ୍ଷଣ ଅନୁରୋଧ କାର୍ଯ୍ୟକାରୀ ହୋଇ ନାହିଁ ।

ଓଡ଼ିଶା ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଓବିସି ଓ ଏସଇବିସି ଜନସଂଖ୍ୟା ସପକ୍ଷରେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ଥିବା ଯୁକ୍ତି ଦୋହରାଇଛନ୍ତି ଧର୍ମେନ୍ଦ୍ର । ତାମିଲନାଡୁ, ମହାରାଷ୍ଟ୍ର ଓ କର୍ଣ୍ଣାଟକ ଆଦି ରାଜ୍ୟ ଏହି ବର୍ଗର ଜନସଂଖ୍ୟାରେ ଅଧିକ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଭଳି ସକରାତ୍ମକ କାର୍ଯ୍ୟାନୁଷ୍ଠାନ ନେବାରେ ରାଜ୍ୟ ସରକାରଙ୍କ ବିଳମ୍ବ ପରିଲକ୍ଷିତ ହୋଇଥିବା କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାଉପରେ ବିଜେଡିର ପ୍ରତିକ୍ରିୟା ମିଳି ପାରି ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.