Categories: ରାଜ୍ୟ

ଯାଜପୁର: ହାଇଟେକ୍ ହାଟରେ ପରିଣତ ହେବ ଧର୍ମଶାଳାର ସାପ୍ତାହିକ ହାଟ, ଚାଷୀମାନଙ୍କ ସୁବିଧା ପାଇଁ ନିଆଯାଉଛି ପଦକ୍ଷେପ

 ଯାଜପୁର (କେନ୍ୟୁଜ):  ଯାଜପୁର ଜିଲ୍ଲା ଧର୍ମଶାଳା ହାଟ ହେଉଛି ସର୍ବପୁରାତନ । ଏହି ସାପ୍ତାହିକ ହାଟକୁ ଏକ ହାଇଟେକ ହାଟରେ ପରିଣତ କରିବାକୁ ନିଆଯାଉଛି ପଦକ୍ଷେପ । ଏନେଇ ଆଜି ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଓ ଯାଜପୁର ଜିଲ୍ଲାପାଳ ରଂଜନ କୁମାର ଦାସ ହାଟ ଅଂଚଳ ପରିଦର୍ଶନ କରିଛନ୍ତି । ଅଂଚଳର ବହୁ ଚାଷୀ ପନିପରିବା ଚାଷ ଉପରେ ନିର୍ଭର କରିଥାନ୍ତି ।

ଏଣୁ ଚାଷୀମାନେ ଜାତୀୟ ରାଜପଥ ଅତିକ୍ରମ କରି ବାରବାଟୀ ବଜାରକୁ ପରିବା ବିକ୍ରୟ କରିବାକୁ ନେଇଥାନ୍ତି । ଏହି ସମସ୍ୟାକୁ ଦୂର କରିବା ସହ ଚାଷୀମାନଙ୍କ ଉତ୍ପାଦିତ ଫସଲର ବିକ୍ରୟ ସୁଯୋଗ ସୃଷ୍ଟି ପାଇଁ ଏଭଳି ପଦକ୍ଷେପ ନିଆଯାଉଥିବା କହିଛନ୍ତି ଜିଲ୍ଲାପାଳ । ଖୁବ୍ ଶୀଘ୍ର ଏହାର ଡିପିଆର ପ୍ରସ୍ତୁତ କରାଯିବ । ଆରକେଭିୱାଇ ଜରିଆରେ ପାଖପାଖି ଦେଢ କୋଟି ଟଙ୍କା ବ୍ୟୟ ଅଟ୍ଟକଳରେ ଏହି ହାଇଟେକ ହାଟ ନିର୍ମାଣ କରାଯିବ । ଏଥିସହ ଏଠାରେ ଚାଷୀ ଓ ଖାଉଟି ମାନଙ୍କ ପାଇଁ ସବୁପ୍ରକାର ଆନୁସଙ୍ଗିକ ସୁବିଧା କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ ।

 

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

25 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

27 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago