Below header

ପୂର୍ବତନ ଆଇଏଏସ୍ ଅଫିସର ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱକୁ ନେଇ ପ୍ରତିକ୍ରିୟା ରଖିଲେ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡଙ୍ଗୀ

ଭୁବନେଶ୍ବର (କେନ୍ୟୁଜ୍) : ପୂର୍ବତନ ଆଇଏଏସ୍ ଅଫିସର ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱକୁ ବିଜେଡିର ସମର୍ଥନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ । ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଅଶ୍ୱିନୀ ବୈଷ୍ଣବଙ୍କ ପାଇଁ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ସମର୍ଥନ ମାଗିଥିଲେ । ଏହାକୁ ନେଇ କୌଣସି ରାଜନୀତି କରିବା ଠିକ୍ ନୁହଁ ବୋଲି କହିଛନ୍ତି ଧର୍ମେନ୍ଦ୍ର । ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ କହିଛନ୍ତି, ଅଶ୍ୱିନୀ ବୈଷ୍ଣବ ଜଣେ ଦକ୍ଷ ପ୍ରଶାସକ । ସେ ବିଜେପିରେ ଯୋଗଦେବା ଦ୍ୱାରା ଦଳ ଆହୁରି ଶକ୍ତିଶାଳୀ ହେବ । ୧୯୯୪ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇଏସ୍ ହେଉଛନ୍ତି ଅଶ୍ୱିନୀ ବୈଷ୍ଣବ । ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ କାର‌୍ୟ୍ୟାଳୟର ସେ ଉପସଚିବ ଥିଲେ । ଏହାସହ କଟକ ଓ ବାଲେଶ୍ୱର ଜିଲ୍ଲାପାଳ ଭାବରେ ସେ କାର‌୍ୟ୍ୟ କରିଛନ୍ତି । ଏବେ ରାଜନୀତିରେ ପ୍ରବେଶ କରିଛନ୍ତି ଅଶ୍ୱିନୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.