Below header

ରୌପ୍ୟ ପଦକ ବିଜେତା କିଶୋର ଜେନାଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଜଣାଇଲେ ଅଭିନନ୍ଦନ

ଧର୍ମେନ୍ଦ୍ର ଟ୍ୱିଟ୍ କରି ଲେଖିଛନ୍ତି ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ବିଜେତା କିଶୋର ଜେନାଙ୍କୁ ଭେଟି ଆନନ୍ଦିତ । ନିଜର ଉଚ୍ଚକୋଟୀର ପ୍ରଦର୍ଶନ ମାଧ୍ୟମରେ ସେ ପ୍ରତ୍ୟେକ ଭାରତୀୟଙ୍କ ହୃଦୟ ଜିତିଛନ୍ତି ।

କେନ୍ୟୁଜ୍(ବ୍ୟୁରୋ): ଏସୀୟ କ୍ରୀଡ଼ାରେ ଜାଭେଲିନ୍ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଥିବା ଓଡ଼ିଆ ଆଥଲେଟ୍ କିଶୋର ଜେନାଙ୍କୁ ନୂଆଦିଲ୍ଲୀରେ ଭେଟି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ଟ୍ୱିଟ୍ କରି ଲେଖିଛନ୍ତି ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ବିଜେତା କିଶୋର ଜେନାଙ୍କୁ ଭେଟି ଆନନ୍ଦିତ । ନିଜର ଉଚ୍ଚକୋଟୀର ପ୍ରଦର୍ଶନ ମାଧ୍ୟମରେ ସେ ପ୍ରତ୍ୟେକ ଭାରତୀୟଙ୍କ ହୃଦୟ ଜିତିଛନ୍ତି । କିଶୋରଙ୍କ ଆତ୍ମବିଶ୍ୱାସ, ପରିଶ୍ରମ ଓ ଆଗକୁ ବଢିବାର ଅଭିଳାଷ ପ୍ରଶଂସନୀୟ । ନିଜର ଶ୍ରେଷ୍ଠତା ପ୍ରଦର୍ଶନ କରି ଆମ ଦେଶକୁ ଗର୍ବିତ କରିଥିବାରୁ ଶୁଭେଚ୍ଛା ଜଣାଇଛନ୍ତି । ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.