ଝାରସୁଗୁଡ଼ାର ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ନାମରେ ନାମିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ
ଝାରସୁଗୁଡ଼ାର ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ନାମରେ ନାମିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର (କେନ୍ୟୁଜ): ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଝାରୁସୁଗୁଡ଼ାର ଗୋଁଣ୍ଡୱାନ ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ନାମରେ ନାମିତ କରିବା ପାଇଁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଭାରତୀୟ ମୁକ୍ତି ସଂଗ୍ରାମରେ ଗଣ୍ଡ ସମାଜର ତ୍ୟାଗ ଏବଂ ବଳିଦାନ ଅବିସ୍ମରଣୀୟ । ଏହି ଛକଟି ‘ବୀର କରୁଣାକର ସିଂହ ନାଏକ’ ଛକରେ ନାମିତ ହେଲେ ମହାନାୟକଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବାସହ ଝାରସୁଗୁଡ଼ାବାସୀ ଏବଂ ଗୋଁଣ୍ଡ ସମାଜ ପ୍ରତି ଉପଯୁକ୍ତ ସମ୍ମାନ ମିଳିବ ।
କୋଲାବିରାର ଗୋଁଣ୍ଡ ଗଉଁତିଆ କରୁଣାକର ସିଂହ ନାଏକ ଥିଲେ ମୁଖିଆ। ଜନଜାତି ସଂଗ୍ରାମୀଙ୍କୁ ସର୍ବଭାରତୀୟ ପାଠ୍ୟଖସଡ଼ାରେ ସ୍ଥାନ ଦେବାପାଇଁ ଆମେ ବଦ୍ଧପରିକର ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଗତ ୧୧ ତାରିଖରେ ଝାରୁସୁୁଗୁଡ଼ା କଟାପାଲି ଷ୍ଟାଡିୟମ ଠାରେ ଅଖିଳ ଭାରତୀୟ ଗୋଁଣ୍ଡୱାନ ଗୋଁଣ୍ଡ ମହାସଭାର ପଞ୍ଚଦଶ ରାଷ୍ଟ୍ରୀୟ ଅଧିବେଶନରେ ଯୋଗଦେଇ ରାଜ୍ୟ ସରକାରଙ୍କୁ ଏହି ପ୍ରସ୍ତାବ ଦିଆଯିବ ନେଇ ମତ ରଖିଥିଲେ ଧର୍ମେନ୍ଦ୍ର ପ୍ରଧାନ ।