Below header

ବିଧାୟକ ମହମ୍ମଦ ମୋକିମଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶା କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଓଡ଼ିଆ ମାଟିର ଝିଅ ରାଷ୍ଟ୍ରପତି ପ୍ରାର୍ଥୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମର୍ଥନରେ ଭୋଟ୍ ଦେଇଥିବା ଘୋଷଣାକୁ ସ୍ୱାଗତ କରିବା ସହ ଟ୍ୱିଟ୍ କରି ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସେ ଟ୍ୱିଟ୍ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ଏନଡିଏ ପକ୍ଷରୁ ଓଡ଼ିଆ ଜନଜାତି ଜନନେତ୍ରୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ପରେ ତାଙ୍କ ପ୍ରତି ସାରା ଦେଶରୁ ସମର୍ଥନର ସୁଅ ଛୁଟିଥିଲା । ରାଜନୈତିକ ମତ ପାର୍ଥକ୍ୟ ଓ ବିରୋଧ ସତ୍ତ୍ୱେ ମୋଦିଙ୍କ ନିଷ୍ପତି ସହ ସାରା ଦେଶର ଅନେକ ରାଜନୈତିକ ଦଳ ସ୍ୱର ମିଳାଇ ଦ୍ରୌପଦୀଙ୍କୁ ସମର୍ଥନ ଦେବା ପାଇଁ ସହମତି ପ୍ରକାଶ କରିଥିଲେ । ଆଜି ବିଧାୟକ ଶ୍ରୀ ମୋକିମ ଓଡ଼ିଆ ମାଟିର ଝିଅଙ୍କ ସମର୍ଥନରେ ଭୋଟ୍ ଦେଇଥିବା ଘୋଷଣା କରିଛନ୍ତି, ଯାହା ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.