ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭଦ୍ରକରେ ପ୍ରସ୍ତାବିତ ବୟନ ଓ ବସ୍ତ୍ରଶିଳ୍ପ ପ୍ରକଳ୍ପ ପାଇଁ ଚିଠି

ଭୁବନେଶ୍ବର(କେନ୍ୟୁଜ୍) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭଦ୍ରକରେ ପ୍ରସ୍ତାବିତ ବୟନ ଓ ବସ୍ତ୍ରଶିଳ୍ପ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଜମି ଯୋଗାଇବାରେ ବିଳମ୍ବ ପ୍ରସଙ୍ଗରେ ଚିଠି ଲେଖିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ମୁଖ୍ୟମନ୍ତ୍ରୀ ନିଜେ ହସ୍ତକ୍ଷେପ କରି ଆବଶ୍ୟକୀୟ ୭୫ ଏକର ଜମି ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି । ୧୯୭୧ କୋଟି ଟଙ୍କା ବ୍ୟୟ ବରାଦରେ ଭଦ୍ରକରେ ବୟନ ଓ ବସ୍ତ୍ରଶିଳ୍ପ ପ୍ରକଳ୍ପ ପାଇଁ ଯୋଜନା କରାଯାଇଛି । ଏହି ପ୍ରକଳ୍ପ ହେଲେ ଡାଉନଷ୍ଟ୍ରିମ୍‌ ଶିଳ୍ପରେ ୨୫୦୦ କୋଟିର ପୁଞ୍ଜି ନିବେଶ ସହ ୨୫ରୁ ୩୦ ହଜାର ଲୋକଙ୍କ ରୋଜଗାର ସୃଷ୍ଟି ହୋଇପାରିବ । ଓଡ଼ିଶାର ସ୍ୱାର୍ଥ ଦୃଷ୍ଟିରୁ ଏହି ପ୍ରକଳ୍ପ ପାଇଁ ସହଯୋଗର ହାତ ବଢାଇବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ଏହି ପ୍ରକଳ୍ପ କାର‌୍ୟ୍ୟକାରୀ ହେଲେ ଭଦ୍ରକ ପୂର୍ବ ଭାରତର ସୁରଟ ହୋଇପାରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।