ସମ୍ବଲପୁରକୁ ନୂଆ ରୂପ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ମୋହମ ମାଝୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁରକୁ ନୂଆ ରୂପ ଦେବା ପାଇଁ ଚିଠି ଲେଖିଲେ । ସମ୍ବଲପୁରର ପୁରୁଣା ଅଯୋଧ୍ୟା ସାଗରକୁ ବିକଶିତ କରାଯାଇ ପାରିବ । ସମ୍ବଲପୁରର ପୁରୁଣା ଅଯୋଧ୍ୟା ସାଗର ବନ୍ଧକୁ ‘ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ’ ଅଧୀନରେ ବିକଶିତ କରାଯାଇପାରିବ । ମୋଦୀ ସରକାର ‘ବିକାଶ ବି, ବିରସାତ୍ ବି’ ଅଧୀନରେ ପରମ୍ପରା ଏବଂ ଆଧୁନିକତା ମଧ୍ୟରେ ଥିବା ସମାନତା ଗୁଡ଼ିକ ଉପରେ ଗୁରୁତ୍ୱାରୋପ କରିଛନ୍ତି । ଅନେକ ନଦୀ ଓ ଐତିହାସିକ ସ୍ଥଳୀରେ ପୂର୍ଣ୍ଣ ଓଡ଼ିଶା ‘ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ’ ବିକଶିତ କରିବାର ଅନନ୍ୟ ସୁଯୋଗ ପ୍ରଦାନ କରୁଛି ।
ମହାନଦୀ ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବିଶ୍ୱସ୍ତରୀୟ ରିଭରଫ୍ରଣ୍ଟ ପ୍ରକଳ୍ପରେ ପରିଣତ କରିବା ପାଇଁ ସମ୍ବଲପୁର ଏକ ସୁବର୍ଣ୍ଣ ସୁଯୋଗ ପ୍ରଦାନ କରୁଛିସମ୍ବଲପୁରରେ ମହାନଦୀ କୂଳରେ ଉପରୋକ୍ତ ରିଭରଫ୍ରଣ୍ଟ ଉନ୍ନୟନ ପ୍ରକଳ୍ପ ଏକ ରୋମାଞ୍ଚକର ଦୃଶ୍ୟ ସୃଷ୍ଟି କରିଛି । ଏଠାରେ ପାର୍କ, ୱାକ୍ ୱେ, ଜିମ୍, ଆମ୍ଫିଥିଏଟର, ଆରତୀ ଘାଟ ଏବଂ ନଦୀ କୂଳରେ ଗାଧୋଇବା ଭଳି ସୁବିଧା ସୁଯୋଗ ସୃଷ୍ଟି କରିପାରିବ । ଏହା କେବଳ ଏହି ଅଞ୍ଚଳର ସାଂସ୍କୃତିକ ଢାଞ୍ଚାକୁ ସମୃଦ୍ଧ କରିବ ନାହିଁ ବରଂ ଏହାର ଆଧ୍ୟାତ୍ମିକ ଏବଂ ମନୋରଞ୍ଜନ ଆକର୍ଷଣକୁ ବଢାଇବାରେ ଯୋଗଦାନ ରଖିବ । ମହାନଦୀ ସାଂସ୍କୃତିକ, ମନୋରଞ୍ଜନ ଓ ଅର୍ଥନୈତିକ କାର୍ୟ୍ୟର କେନ୍ଦ୍ରବିନ୍ଦୁ ପାଲଟିପାରିବ । ଏହା ଦ୍ୱାରା ସ୍ଥାନୀୟ ଲୋକମାନେ ଉପକୃତ ହେବା ସହ ଏହି ସ୍ଥାନ ଦୂରଦୂରାନ୍ତରୁ ପର୍ୟ୍ୟଟକଙ୍କୁ ଆକୃଷ୍ଟ କରିପାରିବ ।