ଓଡ଼ିଆ ଭାଷା ସୁରକ୍ଷା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି: ଓଡିଆ ଭାଷାକୁ ଗୁରୁତ୍ବ ପାଇଁ ଝାଡ଼ଖଣ୍ଡ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି

କେନ୍ୟୁଜ୍(ବ୍ୟୁରୋ):ପଡ଼ୋଶୀ ରାଜ୍ୟରେ ଓଡ଼ିଆ ଭାଷାର ସୁରକ୍ଷା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି। ଝାଡ଼ଖଣ୍ଡ ଓ ଆନ୍ଧ୍ରରେ ଓଡ଼ିଆ ଭାଷା ଓ ଓଡ଼ିଶାର ସ୍ୱାର୍ଥକୁ ଗୁରୁତ୍ୱ ଦେଇ ପଦକ୍ଷେପ ନେବାକୁ ସେ ଅନୁରୋଧ କରିଛନ୍ତି। ଚିଠିରେ ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ ଜଗନମୋହନ ରେଡ୍ଡିଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି। ଉଭୟ ରାଜ୍ୟରେ ସଂଖ୍ୟାଲଘୁ ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଓଡ଼ିଆ ପଢାରେ ବ୍ୟାଘାତ ନେଇ ଉଦ୍‌ବେଗ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ।

ଦୁଇଟି ରାଜ୍ୟରେ ଓଡ଼ିଆ ଭାଷାର ଥିବା ଇତିହାସର ଗୁରୁତ୍ୱକୁ ୨ଜଣ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ଧର୍ମେନ୍ଦ୍ର। ଏହାସହ ଜାତୀୟ ଶିକ୍ଷା ନୀତି-୨୦୨୦ରେ ଥିବା ମୂଲ୍ୟବୋଧକୁ କାର୍ଯ୍ୟକାରୀ କରିବାକୁ ତଥା ଛାତ୍ରଛାତ୍ରୀଙ୍କୁ ମାତୃଭାଷାରେ ପଢାଇବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଭାଷା ପ୍ରସଙ୍ଗରେ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ତିନିଟି ପରାମର୍ଶ ଦେଇଛନ୍ତି। ଆପୋସ ସମାଧାନ ପାଇଁ ସହଯୋଗ କରିବାକୁ ବ୍ୟକ୍ତିଗତ ସ୍ତରରେ ସମର୍ଥନ ଦେବାକୁ କେନ୍ଦ୍ର ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.