ରେଙ୍ଗାଳି ବିସ୍ଥାପିତଙ୍କ ପାଇଁ ଘୋଷିତ କ୍ଷତିପୂରଣ ରାଶି ଓ ସ୍ଥାୟୀ ପଟ୍ଟା ପ୍ରଦାନ ସହ ଗ୍ରାମକୁ ‘ରାଜସ୍ୱ ଗ୍ରାମ’ର ମାନ୍ଯତା ଦିଆଯାଉ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ବିସ୍ଥାପିତଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବା ସହିତ ସେମାନଙ୍କର ଗାଁ ଗୁଡ଼ିକୁ ରାଜସ୍ୱ ଗ୍ରାମର ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରେଙ୍ଗାଳି ନଦୀବନ୍ଧ ଯୋଜନା ଦ୍ୱାରା ବିସ୍ଥାପିତ ଲୋକଙ୍କ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ପୂର୍ବରୁ ଘୋଷଣା ହୋଇଥିବା କ୍ଷତିପୂରଣ ରାଶି ଦିଆଯାଉ । ଏଥିସହ ବିସ୍ଥାପିତଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯିବା ସହିତ ସେମାନଙ୍କର ଗାଁ ଗୁଡ଼ିକୁ ରାଜସ୍ୱ ଗ୍ରାମର ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରେଙ୍ଗାଳି ଯୋଜନାରେ ୧୯୭୮ ରୁ ୧୯୮୪ ମସିହା ମଧ୍ୟରେ ମୋଟ ୨୩୬ ଗୋଟି ରାଜସ୍ୱ ଗ୍ରାମର ପ୍ରାୟ ୧୩ ହଜାର କୁଟୁମ୍ବ ବାସହରା ହୋଇଛନ୍ତି ।

ଉପଯୁକ୍ତ ଥଇଥାନ ଓ କ୍ଷତିପୂରଣ ଅଭାବରୁ ଏଭଳି ହଜାର ହଜାର କୁଟୁମ୍ବ ହନ୍ତସନ୍ତ ହେଲେ । ଗତ ସେପ୍ଟେମ୍ବର ୨୦୧୦ରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବିସ୍ଥାପିତଙ୍କୁ କ୍ଷତିପୂରଣ ବାବଦ ପ୍ରାୟ ୧୫୨ କୋଟି ଟଙ୍କାର ଅନୁକମ୍ପା ରାଶି ଆକଳନ କରାଯାଇଥିଲା । କିନ୍ତୁ ଏ ଅର୍ଥ ରାଶି ଆଜି ଯାଏଁ କ୍ଷତିଗ୍ରସ୍ତମାନଙ୍କୁ ମିଳିପାରିନାହିଁ । ଓଡ଼ିଶା ସରକାର ଏଭଳି ଏକ ସମ୍ବେଦନଶୀଳ ପ୍ରସଙ୍ଗରେ ଆନ୍ତରିକତା ଦେଖାଇବା ସଙ୍ଗେ ସଙ୍ଗେ ଏଥି ନିମନ୍ତେ ସମୟୋଚିତ ପଦକ୍ଷେପ ନେବେ ତଥା ବିସ୍ଥାପିତଙ୍କୁ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରିବାରେ ତତ୍ପର ହେବେ ବୋଲି ଧର୍ମେନ୍ଦ୍ର ଆଶାବ୍ୟକ୍ତ କରିଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.