ରାଜ୍ୟ

କଲେଜ ଏବଂ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ କିଛି ନିଷ୍ପତ୍ତି ହୋଇନି, ଗୁଜବ ଉପରେ ବିଶ୍ୱାସ ନ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ କଲା ଟୁଇଟ୍‌

ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିପାଉଥିବା ଯୋଗୁଁ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ କ୍ଲାସକୁ ବନ୍ଦ ରଖିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ଇତି ମଧ୍ୟରେ ଏକ ମିଥ୍ୟା ଚିଠି ସୋସିଆଲ ମିଡିଆରେ ଭାଇରଲ ହୋଇଥିଲା। ଯେଉଁଥିରେ ଲେଖାଯାଇଥିଲା କି ଫେବୃଆରୀ ୧୦ ତାରିଖ ପରେ ସମସ୍ତ କଲେଜ ଏବଂ ବିଶ୍ୱବିଦ୍ୟାଳୟ ଖୋଲିବ।

ଏହି ଖବର ସୋସିଆଲ ମିଡିଆରେ ପ୍ରଚାରିତ ହେବା ପରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ନୋଟିସ ଜାରି ହୋଇଛି। ଯେଉଁଥିରେ ଏହି ଖବର ମିଛ ବୋଲି କୁହାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଟ୍ଵିଟରରେ କୁହାଯାଇଛି, କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ କୌଣସି ପ୍ରକାର ନିଷ୍ପତ୍ତି ନିଆଯାଇନାହିଁ।

ଗତ ମାସରେ କରୋନା ସଂକ୍ରମଣ ହଠାତ୍‌ ବୃଦ୍ଧି ପାଇବା ଯୋଗୁଁ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ କରିଦିଆଯାଇଥିଲା। ଆଗକୁ କରୋନା ସଂକ୍ରମଣ ହ୍ରାସ ପାଇଲେ ଏହା ଉପରେ କିଛି ନିଷ୍ପତ୍ତି ନେଇପାରନ୍ତି ସରକାର।

Swagatika

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

2 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

5 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

5 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

5 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

8 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

8 hours ago