Below header

ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ୍ ଶିକ୍ଷା ଅଧିକାରୀ: ଶିକ୍ଷକଙ୍କ ଠାରୁ ନେଉଥିଲେ ଲାଞ୍ଚ

ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ୍ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ମଲ୍ଲିକ । ଜଣେ ଶିକ୍ଷକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ।

ଢେଙ୍କାନାଳ (କେନ୍ୟୁଜ): ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ୍ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ମଲ୍ଲିକ । ଜଣେ ଶିକ୍ଷକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଶାନ୍ତନୁଙ୍କ ଭଡ଼ା ଘରେ, ଭଦ୍ରକ ପୈତୃକ ଘର ଏବଂ ହିନ୍ଦୋଳ ଶିକ୍ଷା ଅଫିସରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ରେଡ୍ ବେଳେ ଶାନ୍ତନୁଙ୍କ ଭଡ଼ା ଘରୁ ନଗଦ ୯୧ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.