ରାଜ୍ୟ

ଅବପାତ ପ୍ରଭାବରେ ତୁହାକୁ ତୁହା ଚାଲିଛି ବର୍ଷା, ଢେଙ୍କାନାଳ ଜିଲ୍ଲାରେ ସର୍ବାଧିକ ୧୬୭ ମିଲିମିଟର ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ବଙ୍ଗୋପ ସାଗରରେ ଅବପାତ ପ୍ରଭାବରେ ରାଜ୍ୟବ୍ୟାପୀ ବର୍ଷା ହୋଇଛି । ତୁହାକୁ ତୁହା ଭୀଷଣ ବର୍ଷାରେ ଭିଜିଛି ଓଡ଼ିଶା । ଏବେ ଅବପାତ ଦକ୍ଷିଣ ଛତିଶଗଡ଼ ଉପରେ ରହିଛି । ବର୍ତ୍ତମାନ ଭବାନୀପାଟଣାଠାରୁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ୧୯୦ କିଲୋମିଟର ଦୂରେ କେନ୍ଦ୍ରୀଭୂତ ରହିଛି । ଏହା ଧୀରେ ଧୀରେ ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୧୨ ଘଣ୍ଟାରେ ଦୁର୍ବଳ ପଡ଼ିବ ।

ଆଜିବି ରାଜ୍ୟରେ ବିସ୍ତତି ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି । କିଛି ସ୍ଥାନରେ ଚାଲିଛି ଝିିପିଝିପି ବର୍ଷା । ସକାଳ ସାଢେ ୮ଟା ଯାଏ ୧୦ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ରହିଛି । ଆଜି ପାଇଁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକ ୟେଲୋ ସତର୍କତା ଜାରି କରାଯାଇଛି । ଗତକାଲି ସକାଳ ସାଢ଼େ ୮ଟାରୁ ସନ୍ଧ୍ୟା ସାଢ଼େ ୫ଟା ଯାଏ ୩୩ ଘଣ୍ଟା ଭିତରେ ରାଜ୍ୟରେ ୫୦ ମିଲିମିଟରରୁ ଅଧିକ ବର୍ଷା ରେକର୍ଡ ହୋଇଥିଲା । ଢେଙ୍କାନାଳ ଜିଲ୍ଲାରେ ସର୍ବାଧିକ ୧୬୭ ମିଲିମିଟର, ବାଲେଶ୍ୱରରେ ୧୦୮ ମିଲିମିଟର, ବଲାଙ୍ଗିରରେ ୧୦୩ ମିଲିମିଟର ବର୍ଷା ରେକର୍ଡ କରିଥିଲା ପାଣିପାଗ ବିଭାଗ । ଅବପାତ ପ୍ରଭାବରେ ଅଧିକ ଅଶାନ୍ତ ରହିଛି ସମୁଦ୍ର । ଆସନ୍ତାକାଲି ଯାଏ ମତ୍ସ୍ୟଜୀବୀମାନଙ୍କୁ ସମୁୁଦ୍ରକୁ ବାରଣ କରାଯାଇଛି ।

Sonalisa

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

31 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

33 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago