ରାଜ୍ୟ

କୋରାଇ ଖମଣ ପଞ୍ଚାୟତରେ ଡାଇରିଆ ଆତଙ୍କ, ୫୦ରୁ ଅଧିକ ମେଡିକାଲରେ ଭର୍ତ୍ତି

ଯାଜପୁର ରୋଡ଼ : ଯାଜପୁର ଜିଲ୍ଲା କୋରାଇ ବ୍ଲକ ଖମଣ ପଞ୍ଚାୟତରେ ଡାଇରିଆ ଆତଙ୍କ। ୫୦ରୁ ଅଧିକ ମେଡିକାଲରେ ଭର୍ତ୍ତି। ରାଧାନଗର ପାଟଣା, ଠାକୁର ପାଟଣା, ଗୋଡ଼ିପାଟଣା ଆଦି ଗାଁରେ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମଶଃ ବଢ଼ିବାରେ ଲାଗିଛି। ଏବେ ସୁଦ୍ଧା ୫୦ରୁ ଉର୍ଦ୍ଧ୍ବ ଶିଶୁ, ମହିଳା ଓ ପୁରୁଷ ଡାଇରିଆରେ ଆକ୍ରାନ୍ତ ହୋଇ ବିଭିନ୍ନ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି। କେତେକଙ୍କୁ ଗୁରୁତର ଅବସ୍ଥାରେ କଟକ ଏସସିବି ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।କେଉଁ କାରଣରୁ ଏତେ ସଂଖ୍ୟାରେ ଲୋକ ଆକ୍ରାନ୍ତ ହେଲେ ସ୍ପଷ୍ଟ ହୋଇନି।

କିଛି ଲୋକ ଦହିବରା ଖାଇ ଝାଡ଼ାବାନ୍ତିରେ ପଡିଥିବା କହୁଥିବା ବେଳେ ଗ୍ରାମବାସୀ ମୁଖ୍ୟତଃ ଅସ୍ୱାସ୍ଥ୍ୟକର ପରିବେଶକୁ କାରଣ ଦର୍ଶାଇଛନ୍ତି। ଗାଁ ସାରା ନାଳନର୍ଦ୍ଦମା। କେତେକ ସ୍ଥାନରେ ଡ୍ରେନ କଡ ଦେଇ ଯାଇଥିବା ପାଇପ ଲାଇନ ଭାଙ୍ଗିଯାଇଥିବାରୁ ତା ଭିତରେ ନର୍ଦ୍ଦମାର ଅପରିଷ୍କାର ପାଣି ପଶୁଛି। ଫଳରେ ଡାଇରିଆ ବ୍ୟାପିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସ୍ଵାସ୍ଥ୍ୟ ଟିମ୍ ଗାଁରେ ପହଞ୍ଚି ଲୋକଙ୍କୁ ସଚେତନ କରିବା ସହ ଏହାର ପ୍ରକୃତ କାରଣ ସମ୍ପର୍କରେ ଅନୁସନ୍ଧାନ ଜାରି ରଖିଛି।

Niharanjan

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

2 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

5 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

5 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

5 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

8 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

8 hours ago