ରାଜ୍ୟ

ରାଉରକେଲାରେ ବ୍ୟାପିଲା ଝାଡାବାନ୍ତି, ଚିକିତ୍ସାଧୀନ ଅବସ୍ଥାରେ ୪ ମୃତ

ରାଉରକେଲା (କେନ୍ୟୁଜ): ରାଉରକେଲାରେ ବ୍ୟାପିଲା ଝାଡାବାନ୍ତି। ମୃତ୍ୟୁ ସଂଖ୍ୟା ଚାରିକୁ ବୃଦ୍ଧି ପାଇଥିବା ବେଳେ ୧୦୦ରୁ ଅଧିକ ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ପରିସ୍ଥିତି ଉପରେ ନଜର ରଖାଯାଇଥିବା ମେଡିକାଲ ସପୁରିଟେଣ୍ଡେଣ୍ଟ ସୂଚନା ଦେଇଛନ୍ତି ।

ଖବର ଅନୁଯାୟୀ, ରାଉରକେଲା ଉଦିତ୍‌ଗର ସହ ତରକେରା ଅଞ୍ଚଳରେ ଝାଡାବାନ୍ତି ବ୍ୟାପିଥିଲା । ଏଥିରେ ୧୦୦ରୁ ଅଧିକ ଆକ୍ରାନ୍ତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଥିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇଛି । ଏବେବି ଅନେକ ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି । ସେପଟେ ଝାଡ଼ାବାନ୍ତିର କାରଣ ଖୋଜୁଛି ସ୍ୱାସ୍ଥ୍ୟ ବିଭାଗ । ତେବେ ଝାଡାବାନ୍ତି ବ୍ୟାପୀଥିବା ଅଞ୍ଚଳରେ ଡାକ୍ତରୀ ଟିମ୍‌ କି ମହାନଗର ନିଗମର କୌଣସି ଅଧିକାରୀ ପହଞ୍ଚିନାହାନ୍ତି ।

Barsha

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

19 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

28 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

40 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

48 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

49 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

1 hour ago