ରାଜ୍ୟ

ରାଉରକେଲାରେ କମୁନି ଝାଡାବାନ୍ତି, ଆଜି ସନ୍ଧ୍ୟାରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା (କେନ୍ୟୁଜ): ରାଉରକେଲାରେ ଡାଇରିଆ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସନ୍ଧ୍ୟାରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ରାଉରକେଲାରେ ବ୍ୟାପୁଛି ଝାଡାବାନ୍ତି। ୩ ଦିନରେ ଗଲାଣି ୭ ଜଣଙ୍କ ଜୀବନ। ୫୯୫ ଜଣ ଆକ୍ରାନ୍ତ ହୋଇଛନ୍ତି। ଦୂଷିତ ପାଣି ଯୋଗୁ ଝାଡାବାନ୍ତି ବ୍ୟାପୁଥିବା କହିଛନ୍ତି ରାଉରକେଲା ସରକାରୀ ମେଡିକାଲର ଭାରପ୍ରାପ୍ତ ଅଧିକ୍ଷକ ।

ଏହାକୁ ନେଇ ଜିଲ୍ଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର ତତ୍ପରତା ଆରମ୍ଭ ହୋଇଛି। ୬ଟି ମୋବାଇଲ ଡାକ୍ତରୀ ଟିମ୍ ବୁଲି ବୁଲି ଲୋକଙ୍କୁ ସଚେତନ କରାଉଛନ୍ତି। ଭୁବନେଶ୍ୱରରୁ ଏକ ସ୍ବତନ୍ତ୍ର ଟିମ୍ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ସୁନ୍ଦରଗଡ଼ର ଚାରି ଜଣିଆ ସ୍ୱାସ୍ଥ୍ୟ ଟିମ ମଧ୍ୟ ରୋଗୀମାନଙ୍କୁ ଚିକିତ୍ସା କରୁଛନ୍ତି।

 

 

 

 

Barsha

Recent Posts

ଥାନା ଭିତରେ ବୋହୂ, ବାହାରେ ନାତି ନାତୁଣିଙ୍କୁ ଧରି ଛିଡା ହୋଇଛନ୍ତି ଶାଶୁ

ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…

2 mins ago

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

11 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

23 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

30 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

32 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

50 mins ago