ମାଲକାନଗିରିରେ ତାଣ୍ଡବ ରଚିଲା କାଳବୈଶାଖୀ: ଘରେ ପଶିଲା ପାଣି, ଭାଙ୍ଗିଲା ଚାଳ ଛପର

ମାଲକାନଗରି (କେନ୍ୟୁଜ): କାଳବୈଶାଖୀ ତାଣ୍ଡବ ।  ମାଲକାନଗରି ସଦର ମହକୁମାରେ ତାଣ୍ଡବ ରଚିଛି କାଳବୈଶାଖୀ ।  ବର୍ଷା ପ୍ରଭାବରେ ବାଲି ସାଗର ପାର୍ଶ୍ବରେ ଥିବା ୨୦ଟି ଘର ପାଣିରେ ବୁଡି ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି । ଫଳରେ ସ୍ଥାନୀୟ ବାସିନ୍ଦା ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।  ସେହିପରି କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ଦଅଁଳା ଗାଁରେ ମଧ୍ୟ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି । ପ୍ରଭାବରେ ଗାଁରେ ଘର ଛପର ଉଡ଼ିଯିବା ସହ ଧାନ ଚାଉଳ,ଆସବାବ ପତ୍ର ନଷ୍ଟ ହୋଇଥିବା ସ୍ଥାନୀୟ ବାସିନ୍ଦା କହିଛନ୍ତି । ତୁରନ୍ତ ପ୍ରଶାସନ କ୍ଷୟକ୍ଷତିର ଆକଳନ କରିବା ସହ ଛପର ମରାମତି ପାଇଁ ଦାବି କରିଛନ୍ତି ।

ଅନ୍ୟପଟେ ରାଜ୍ୟରେ କଲବଲ କରୁଛି ତାତି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳରେ ଅସହ୍ୟ ଗୁଳୁଗୁଳି ଅନୁଭୂତହେଉଛି। ଆଗକୁ ଆହୁର ବଢିବ ତାତି। ଆଗାମୀ ୫ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବଢିବାର ସମ୍ଭାବନା ରହିଛି। କାଲି ଗରମ ଓ ଗୁଳୁଗୁଳି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

You might also like