ରାଜ୍ୟ

ନଭେମ୍ବର ୨ରୁ ଭୁବନେଶ୍ୱରରୁ ଜୟପୁରକୁ ସିଧାସଳଖ ବିମାନ ସେବା: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱ (କେନ୍ୟୁଜ): ଟେମ୍ପଲ ସିଟିରୁ ପିଙ୍କ୍‌ ସିଟି । ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ଉଡିବ ବିମାନ । ନଭେମ୍ବର ୨ ରୁ ଉଡିବ ବିମାନ । ଏନେଇ ଚିଠି ଲେଖି ଜଣାଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖି ଜଣାଇଛନ୍ତି ସିନ୍ଧିଆ । ଏହା ଦ୍ୱାରା ଉଭୟ ରାଜ୍ୟର ଅର୍ଥନୀତି ମଜଭୂତ ହେବ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି । ସପ୍ତାହକୁ ୩ ଥର ଟେମ୍ପଲ୍‌ ସିଟିରୁ ପିଙ୍କ୍‌ ସିଟିକୁ ସିଧାସଳଖ ଉଡ଼ିବ ବିମାନ ।

ସୂଚନାଯୋଗ୍ୟ ଗତ ସେପ୍ଟେମ୍ବର ୧୭ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଏ ସମ୍ପର୍କରେ ପତ୍ର ଲେଖିଥିଲେ। ଏ ନେଇ ଉକ୍ତ ପତ୍ରର ପ୍ରତ୍ୟୁତରରେ ଶ୍ରୀ ସିନ୍ଧିଆ ଉଲ୍ଲେଖ କରିଛନ୍ତି ଯେ ବିମାନ ସଂସ୍ଥା ‘ଇଣ୍ଡିଗୋ’ ପକ୍ଷରୁ ଆସନ୍ତା ନଭେମ୍ବର ୨ ତାରିଖରୁ ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ସପ୍ତାହରେ ୩ ଥର ଏହି ବିମାନ ଚଳାଚଳ କରିବ। ଏହି ବିମାନ ସେବା ଆରମ୍ଭ ହେବା ଦ୍ୱାରା ମନ୍ଦିରମାଳିନୀ ଭୁବନେଶ୍ୱର ଏବଂ ଗୋଲାପି ସହର ଜୟପୁର ମଧ୍ୟରେ ବିମାନ ସେବାର ଯାତ୍ରୀଙ୍କୁ ସୁବିଧା ପ୍ରଦାନ କରିବ।

ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିପ୍ରା ଫାଉଣ୍ଡେସନର ଜାତୀୟ ଆବାହକ ଜନୈକ ଓ.ପି ମିଶ୍ରଙ୍କ ପତ୍ର ଆଧାରରେ ଗତ ସେପ୍ଟେମ୍ବର ୧୭ରେ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆଙ୍କୁ ପତ୍ର ଲେଖି ଭୁବନେଶ୍ୱରରୁ ସିଧାସଳଖ ଜୟପୁରକୁ ବିମାନ ସେବା ଆରମ୍ଭ କରିବା ପାଇଁ ଅନୁରୋଧ କରିଥିଲେ। ଉଭୟ ରାଜ୍ୟରେ ଅନେକ ମନ୍ଦିର ଓ ପର୍ଯ୍ୟଟନ ସ୍ଥାନ ଥିବା ବେଳେ ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକମାନଙ୍କ ବୃହତ ସ୍ୱାର୍ଥ ଦୃଷ୍ଟିରେ ପଦକ୍ଷେପ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଥିଲେ। ଏହି ଅନୁମତି ପ୍ରଦାନ କରିଥିବାରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Barsha

Recent Posts

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

10 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

21 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

49 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

2 hours ago