ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି : ଆଲର୍ଟ ରହିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ବର୍ଷା ଋତୁ ପୂର୍ବରୁ ରାଜ୍ୟ ସରକାରଙ୍କୁ ପ୍ରାକୃତିକ ବିପର୍ଯ୍ୟୟ ଚିନ୍ତା । ବିପର୍ଯ୍ୟୟ ସମ୍ବେଦନଶୀଳ ଅଞ୍ଚଳ ଉପରେ ସ୍ୱତନ୍ତ୍ର ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳମାନେ ଆଲର୍ଟ ରହିବା ସହ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଶିଶୁ, ମହିଳା,ଭିନ୍ନକ୍ଷମ ଓ ବୟସ୍କଙ୍କ ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ଜିଲ୍ଲାପଳଙ୍କୁ କୁହାଯାଇଛି। ସେହିପରି ଚଳିତବର୍ଷ ସମ୍ଭାବ୍ୟ ବନ୍ୟା ଓ ବତ୍ୟା ଭଳି ଦୁର୍ବିପାକର ମୁକାବିଲା ପାଇଁ ନିଆଯାଇଥିବା ଆଗୁଆ ପଦକ୍ଷେପ ତଥା ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ସମ୍ପର୍କରେ ଆଲୋଚନା କରାଯାଇଛି। ଆବଶ୍ୟକ ପରିମାଣର ଖାଦ୍ୟଶସ୍ୟ ମହଜୁଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ସଚିବାଳୟରେ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ବୈଠକ ବସିଥିଲା । ଏଥିରେ ବିଧାୟକ, ସାଂସଦ ଓ ମନ୍ତ୍ରୀଙ୍କ ସହ କମିଟିର ସଦସ୍ୟ ଓ ଅଧିକାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.