ପୁରୀ: ପୁରୀରେ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶରେ ବ୍ୟବହୃତ ହୋଇଥିବା ସୂର୍ଯ୍ୟ, ଚନ୍ଦ୍ର ଗାଏବ ପରେ ପୁଣି ଏବେ ବାଘଛାଲ ଓ ଦୁଇଟି ଓଳମାଳ ଗାଏବ ନେଇ ଚର୍ଚ୍ଚା । ଏହାସହ ମହାପ୍ରଭୁଙ୍କ କଦମ୍ବ ମାଳି ଫଟୋ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି। ଜଣେ ସେବକ ନିଜ ଫେସବୁକ୍ ଆକାଉଣ୍ଟରେ ଏହି ଫଟୋ ପୋଷ୍ଟ କରିଛନ୍ତି ।
ନିଷ୍ପତ୍ତି ଅନୁଯାୟୀ ବେଶ ଓଲାଗି ପରେ ସିଂହାରୀ ସେବକମାନେ ନୀତି ପ୍ରଶାସକ ଓ କମାଣ୍ଡରଙ୍କ ଉପସ୍ଥିତିରେ ଦାଖଲ କରିଥିଲେ । ସଂପୂର୍ଣ୍ଣ ବେଶକୁ ଶ୍ରୀମନ୍ଦିର ଭିତରେ ଥିବା ନିଳାଦ୍ରୀ ମ୍ୟୁଜିୟମରେ ରଖାଯାଇଥିଲା । ଚନ୍ଦ୍ର ସୂର୍ଯ୍ୟ ଗାଏବ ଘଟଣାରେ ଦୋଷୀଙ୍କୁ ଗିରଫ କରିବା ଦାବିରେ ସିଂହଦ୍ୱାର ଥାନାରେ ମାମଲା ହୋଇଥିଲା ।
ଏବେ ପୁଣି ବେଶର ବିଭିନ୍ନ ଅଂଶ ବାହାରକୁ ଯାଉଥିବା ଅଭିଯୋଗ ପରେ କଡା କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି । ବେଶ ଗାଏବ ଘଟଣା ନେଇ ମନ୍ଦିର କମାଣ୍ଡାଣ୍ଟଙ୍କୁ ରିପୋର୍ଟ ମଗାଯାଇଛି । ରିପୋର୍ଟ ଆସିବା ପରେ ସବୁ ସ୍ପଷ୍ଟ ହେବ ବୋଲି କହିଛନ୍ତି ଶ୍ରୀମନ୍ଦିର ନୀତି ପ୍ରଶସାକ । ୨୫ ବର୍ଷ ପରେ ଗତ ୨୭ ତାରିଖରେ ଶ୍ରୀମନ୍ଦିର ରତ୍ନ ସିଂହାସନରେ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଥିଲା ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…