ରାଜ୍ୟ

ଡ୍ରାଇଭରଙ୍କ ସମସ୍ୟା ପାଇଁ ଗଠନ ହେବ କମିଟି, ରିପୋର୍ଟର ୩ ମାସ ମଧ୍ୟରେ ପଦକ୍ଷେପ: ପରିବହନ ମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍): ଡ୍ରାଇଭରଙ୍କ ୧୧ ଦଫା ଦାବିକୁ ନେଇ ରାଜ୍ୟ ସରକାର କମିଟି ଗଠନ ହେବ। ଏହି କମିଟି ତାମିଲନାଡୁ ସମେତ ବିଭିନ୍ନ ରାଜ୍ୟ ଗସ୍ତ କରି ଡ୍ରାଇଭରଙ୍କ ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରାଯିବ। ଏହି କମିଟିରେ ପରିବହନ,ଶ୍ରମ,ଅର୍ଥ ଓ ପୋଲିସ ବିଭାଗର ମିଳିତ ଭାବେ କମିଟି ହେବ। ଵିଭିନ୍ନ ରାଜ୍ୟ ଗସ୍ତ କରି ରିପୋର୍ଟ ଦେବ। ଏହି ରିପୋର୍ଟକୁ ଆଧାର କରି ସରକାର ପଦକ୍ଷେପ ନେବେ। ଡ୍ରାଇଭରଙ୍କ ପ୍ରତିନିଧିଙ୍କ ସହ ଆଲୋଚନା ସଫଳ ହୋଇଛି। ୩ ମାସ ମଧ୍ୟରେ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଛି।

ତେବେ ଆଜି ବଢୁଥିବା ପେଟ୍ରୋଲ, ଡିଜେଲ ଏବଂ ସିଏନଜି ଦର ବୃଦ୍ଧିକୁ ନେଇ ସମଗ୍ର ଦେଶରେ ସାଧାରଣରେ ଅସନ୍ତୋଶ ବୃଦ୍ଧି ପାଇବାରେ ଲାଗିଛି । ଆଜି ଭୋରରୁ ରାଜ୍ୟର ବିଭିନ୍ନ ଅଂଚଳରୁ ହଜାର ହଜାର ସଂଖ୍ୟାରେ ଡ୍ରାଇଭର ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ମାଷ୍ଟରକ୍ୟାଣ୍ଟିନ୍ ଛକରେ ସେମାନେ ଏକତ୍ରୀତ ହୋଇଛନ୍ତି। ଡ୍ରାଇଭରଙ୍କୁ ଦ୍ବିତୀୟ ସୈନିକର  ମାନ୍ୟତା ଦେବା ସହ ସେମାନଙ୍କୁ ଉଚିତ ବ୍ୟବହାର ପ୍ରଦର୍ଶନ ଲାଗି ଆଇନ ପ୍ରଣୟନ  ଦାବି କରିଛି ସଂଘ।

ଏହା ସହିତ ଡ୍ରାଇଭରଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଓ ଦୁର୍ଘଟଣାରେ ମୃତ ଡ୍ରାଇଭରଙ୍କୁ ୨୦ ଲକ୍ଷ, ଆହତ ଡ୍ରାଇଭରଙ୍କୁ ୧୦ ଲକ୍ଷ ବୀମାରାଶି, ୫୫ ବର୍ଷ ପରେ ପେନସନ ଦେବାକୁ ବି ଦାବି ହୋଇଛି।ଏଥିସହ ଡ୍ରାଇଭର ଆବାସ ଯୋଜନାରେ ଗୃହନିର୍ମାଣ, ଡ୍ରାଇଭରଙ୍କ ପିଲାମାନଙ୍କୁ ଉଚ୍ଚଶିକ୍ଷା ଲାଗି ବ୍ୟବସ୍ଥା କରାଯିବାକୁ ମଧ୍ୟ ସଂଘ ଦାବି କରିଛି।

Barsha

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

3 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

12 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

46 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

54 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago