ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡ଼ି ହେଲା କଟକ ଓ ଖୋର୍ଦ୍ଧା ଜିଲ୍ଲା, BSKY ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ/ଖୋର୍ଦ୍ଧା(କେନ୍ଯୁଜ୍): କଟକବାସୀଙ୍କୁ ୧୫୭୦ କୋଟିର ଭେଟି। ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡ଼ି ହେଲା କଟକ। ଜିଲ୍ଲାରେ BSKY ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉପକୃତ ହେବେ ୧୮ ଲକ୍ଷରୁ ଅଧିକ ହିତାଧିକାରୀ।

୧ହଜାର ୫୬୮ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ସହ ବିଶ୍ୱସ୍ତରୀୟ ଏସସିବି ଏମ୍‌ସ ପ୍ଲସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ କ୍ଷେତ୍ରରେ କଟକ ଜିଲ୍ଲାର ସ୍ୱତନ୍ତ୍ରତା ରହିଛି। SCBକୁ ବିଶ୍ୱସ୍ତରୀୟ କରିବା ପାଇଁ କାମ ଚାଲିଛି। ପଣ୍ଡିତ ବିଶ୍ୱନାଥ ପାଠାଗାରର କଳେବର ବୃଦ୍ଧି ପାଇବ। ରାଜ୍ୟରେ BSKY ସ୍ମାର୍ଟ କାର୍ଡ ଗରିବ ଲୋକଙ୍କ ଦୁଃଖ ଦୂର କରିବ। ଚାଷୀ ହେଉ କି ରିକ୍ସାଚାଳକ ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଏଭଳି ସ୍ୱାସ୍ଥ୍ୟ ସୁବିଧା ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ। ରାଜ୍ୟରେ BSKY ସ୍ମାର୍ଟକାର୍ଡ ଗରିବ ଲୋକଙ୍କର ଦୁଃଖକୁ କମାଇବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ଏହାସହ ଖୋର୍ଦ୍ଧାବାସୀଙ୍କୁ ୧୧୦୦ କୋଟିର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଖୋର୍ଦ୍ଧାବାସୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି। ଯାହାଦ୍ବାରା ଉପକୃତ ହେବେ ୧୪ ଲକ୍ଷରୁ ଅଧିକ ହିତାଧିକାରୀ। ପ୍ରାୟ ୧୧୦୦ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। BSKY ସ୍ମାର୍ଟକାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ପ୍ରଥମ ସ୍ୱାଧୀନତା ସଂଗ୍ରାମର ଭୂମି ଖୋର୍ଦ୍ଧାମାଟିକୁ ମୋର ପ୍ରଣାମ। ଏ ମାଟିର ଲଢୁଆ ପାଇକ ପୁଅକୁ ମୋର ପ୍ରଣାମ। ମିଶନ ଶକ୍ତିର ମାଆମାନେ ନୂତନତାର ସାରଥି। ରାଜ୍ୟରେ BSKY ସ୍ମାର୍ଟ କାର୍ଡ ଗରିବ ଲୋକଙ୍କ ଦୁଃଖ ଦୂର କରିବ। ଏଭଳି ସ୍ୱାସ୍ଥ୍ୟ ସୁବିଧା ଦେବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.