ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପୋଷ୍ଟ, ଲେଖିଲେ”ମୋ ଫୋନ୍ ଦୁଇଟାରେ ସବୁ ଭିଡିଓ ରହିଛି”

ଭୁବନେଶ୍ୱର(କେନ୍ୟୁଜ୍):ଜୀବନ ହାରିଲେ ଜିଲ୍ଲା ପରିଷଦ ସଭ୍ୟ । ପୁରୀ ଜିଲ୍ଲା ୧୧ ନମ୍ବର ଜୋନ୍‌ ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଭୁବନେଶ୍ୱର ଶିଶୁପାଳଗଡ଼ ଲକ୍ଷ୍ମୀବିହାର ସ୍ଥିତ ବାସଭବନରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି ।

କାହିଁକି ଓ କେଉଁ ପରିସ୍ଥିତିରେ ଆତ୍ମହତ୍ୟା କରିଛନ୍ତି ଧର୍ମେନ୍ଦ୍ର ? ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୂର୍ବରୁ ୧୫ ଦିନ ତଳେ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ପରିବାର ଲୋକ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ । ମେଡିକାଲରୁ ଫେରିବା ପରେ ଆତ୍ମହତ୍ୟା କରିଛନ୍ତି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ।

ତେବେ ମୃତ୍ୟୁ ପୂର୍ବରୁ ସୋସିଆଲ୍‌ ମିଡିଆରେ ଧର୍ମେନ୍ଦ୍ର ସାହୁଙ୍କ ପୋଷ୍ଟକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ସେ ଫେସବୁକରେ ଲେଖିଛନ୍ତି ମୋ ଫୋନ ଦୁଇଟାରେ ଭିଡିଓ ରହିଛି । ତାକୁ ଲୋକଲୋଚନକୁ ଆଣିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.