ଆସନ୍ତା କାଲିଠୁ ଭିଜିବ ଓଡ଼ିଶା, ପାଣିପାଗ କେନ୍ଦ୍ରର ପୂର୍ବାନୁମାନ

ତାତିରେ ଲାଗିବ ବ୍ରେକ ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି । ଆସନ୍ତା କାଲିଠୁ ଓଡିଶାର କିଛି କିଛି ସ୍ଥାନରେ ହାଲକା ମଧ୍ୟମ ଧରଣ ବର୍ଷା ହେବ। ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଭୁବନେଶ୍ୱର(କେନ୍ୟୁଜ୍‌): ତାତିରେ ଲାଗିବ ବ୍ରେକ ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି । ଆସନ୍ତା କାଲିଠୁ ଓଡିଶାର କିଛି କିଛି ସ୍ଥାନରେ ହାଲକା ମଧ୍ୟମ ଧରଣ ବର୍ଷା ହେବ । ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ବର୍ଷା ନେଇ ଆକଳନ କରାଯାଇଛି । ୧୬ ତାରିଖ ବେଳକୁ ବର୍ଷାର ବିସ୍ତୃତି ବଢିବ। ଉପକୂଳ ସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ନେଇ ସତର୍କତା ଜାରି କରାଯାଇଛି ।

୧୮ ଏବଂ ୧୯ ତାରିଖରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ଏବଂ କିଛି ସ୍ଥାନରେ କୁଆପଥର ବର୍ଷା ହୋଇପାରେ । ବର୍ତ୍ତମାନ ରାଜ୍ୟରେ ବାୟୁ ଚଳାଚଳରେ ଅସଙ୍ଗତି ଦେଖାଦେଉଛି । ସେହିଭଳି ଉତ୍ତର ଓଡ଼ିଶାକୁ ଉତ୍ତର-ପଶ୍ଚିମ ଭାରତରୁ ଥଣ୍ଡା ପବନ ଆସୁଛି । ସେଥିପାଇଁ ଉତ୍ତର ଓଡ଼ିଶାରେ ତାପମାତ୍ରା କମ୍ ରହିଛି । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଦିନ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ବୁଦ୍ଧିର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ । ରାତି ତାପମାତ୍ରାରେ ବଡ଼ ଧରରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ପାରଳାଖେମୁଣ୍ଡିରେ ୩୮.୧ ଡ଼ିଗ୍ରୀ ରହିଥିଲା । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ତାତି ବଢିବ ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.