ରାଜ୍ୟ

ନିଖୋଜ ଡାକ୍ତରଙ୍କ ମିଳୁନି ପତ୍ତା, ଫେରାଇ ଆଣିବା ପାଇଁ ଜିଲ୍ଲାପାଳଙ୍କୁ ନିବେଦନ କଲେ ପରିବାରବର୍ଗ

ମାଲକାନଗିରି : ମାଲକାନଗିରି କାଲିମେଳାରେ ନିଖୋଜ ଡାକ୍ତରଙ୍କ ମିଳୁନି ପତ୍ତା। ଅପହରଣ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଗତକାଲି ଠାରୁ ନିଖୋଜ ନେଇ ସ୍ବାସ୍ଥ୍ୟ ବିଭାଗ ତରଫରୁ କାଲିମେଳା ଥାନାରେ ଏତଲା ପରେ ତଦନ୍ତ ଆରମ୍ଭ କରିଛି କାଲିମେଳା ପୋଲିସ । ନିଖୋଜ ଡାକ୍ତର ଅମ୍ଳାନ କୁମାର ଭୋଇଙ୍କ କ୍ବାଟରକୁ ଯାଇ ତଦନ୍ତ କରିଛି ପୋଲିସ । ଘଟଣା ସ୍ଥଳରେ ଏକ ପୁରୁଣା ମୋବାଇଲ ଥିବା ବେଳେ ସିପିଆଇ ମାଓବାଦୀଙ୍କ ନାଁରେ ଏକ ପୋଷ୍ଟର ଡାକ୍ତରଙ୍କ କ୍ୱାଟରରୁ ଜବତ କରିଛି ।

ପୋଷ୍ଟରରେ ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ଅଭାବ ଏବଂ ରୋଗୀସେବା ବ୍ୟାହତ ହୋଇଥିବା ଉଲ୍ଲେଖ ରହିଥିବା ସୂଚନା ଦେଇଛନ୍ତି ମାଲକାନଗିରି ଏସପି। ତେବେ ପୋଲିସ ପାରିପର୍ଶ୍ଵିକ ସ୍ଥିତିକୁ ଅନୁଧ୍ୟାନ କରି ତଦନ୍ତ ଆରମ୍ଭ କରିଛି । ସେପଟେ ଡାକ୍ତରଙ୍କୁ ମାଓବାଦୀ ଅପହରଣ କରିଥିବା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ପରିବାର ଲୋକ । ଅପରପକ୍ଷରେ ଅପହୃତ ଡାକ୍ତରଙ୍କ ପରିବାରବର୍ଗ କନ୍ଧମାଳ ଜିଲ୍ଲାପାଳଙ୍କୁ ଫୁଲବାଣୀ ଠାରେ ଭେଟି ପୁଅକୁ ସୁରକ୍ଷିତ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି।

ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମଧ୍ୟ ମାଲକାନଗିରି ଜିଲ୍ଲାପାଳଙ୍କ ସହିତ କଥାବାର୍ତ୍ତା କରିବା ସହିତ ସମସ୍ତ ସହଯୋଗ କରିବେ ବୋଲି ଆଶ୍ବାସନା ଦେଇଛନ୍ତି। କନ୍ଧମାଳ ଜିଲ୍ଲା ଟିକାବାଲି ସହର ଭୋଇ ସାହିର ଡାକ୍ତର ଅମ୍ଳାନ ଭୋଇ ମାଲକାନଗିରି ଜିଲ୍ଲା ଅନ୍ତର୍ଗତ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଗତ ୬ ମାସ ଧରି କାର୍ଯ୍ୟରତ ଥିଲେ ।

Niharanjan

Recent Posts

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

4 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

5 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

23 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

48 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

52 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

55 mins ago