Below header

ଆଜି ଦୋଳ ପୂର୍ଣ୍ଣିମା : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ

ଆଜି ଦୋଳ ପୂର୍ଣ୍ଣିମାଅବସରରେ ସକାଳ ୯ଟା ଭିତରେ ଶ୍ରୀଜିଉଙ୍କ ସୁନାବେଶ ବା ରାଜାଧିରାଜ ବେଶ ଶେଷ ହୋଇଛି । ରାତି ୧୦ଟା ୩୫ରେ ସୁନାବେଶ ଓଲାଗି ହେବ ।

ପୁରୀ (କେନ୍ୟୁଜ): ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତ କରାଯାଉଛି । ସକାଳ ୯ଟା ଭିତରେ ଶ୍ରୀଜିଉଙ୍କ ସୁନାବେଶ ବା ରାଜାଧିରାଜ ବେଶ ଶେଷ ହୋଇଛି । ରାତି ୧୦ଟା ୩୫ରେ ସୁନାବେଶ ଓଲାଗି ହେବ । ସକାଳ ଧୂପ ସରିବା ପରେ ଦୋଳଗୋବିନ୍ଦ ଶ୍ରୀଦେବୀ ଓ ଭୁଦେବୀଙ୍କ ସହ ଦୋଳବେଦୀକୁ ବିଜେ କରିଥାନ୍ତି ।

ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ଭାଗ୍ୟରେ ଥିଲେ ମିଳିଥାଏ ବୋଲି ବିଶ୍ଵାସ ରହିଛି। କାରଣ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ପ୍ରମୁଖ ଯାତ୍ରା ହେଉଛି ଦୋଳଯାତ୍ରା ବା ଦୋଳ ପୂର୍ଣ୍ଣିମା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.