Categories: ରାଜ୍ୟ

ଭଦ୍ରକରେ ଡବଲ୍ ମର୍ଡର : ଦମ୍ପତ୍ତି ମୃତ, ଝିଅ ଗୁରୁତର

ଭଦ୍ରକ (କେନ୍ଯୁଜ୍) : ଚାନ୍ଦବାଲି ମତୋ ମାଳବାଡ଼ ଗାଁରେ ଡବଲ୍ ମର୍ଡର । ଗୋଟିଏ ପରିବାରର ଆକ୍ରମଣରେ ଅନ୍ୟ ପରିବାରର ଦମ୍ପତ୍ତି ପ୍ରାଣ ହରାଇଥିବା ବେଳେ ଝିଅ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି । ମୃତକ ହେଲେ ସୁଧାକର ବିଶ୍ୱାଳ ଓ ତାଙ୍କ ପତ୍ନୀ ସରସ୍ୱତୀ ବିଶ୍ୱାଳ । ଏକତରଫା ପ୍ରେମ ସମ୍ପର୍କକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ପରେ ଏହା ଉଗ୍ରରୂପ ନେଇଥିଲା ।

ଆକ୍ରମଣକାରୀ ତ୍ରିଲୋଚନ ସେନାପତି କାଠ ଫାଳିଆରେ ସୁଧାକର ବିଶ୍ୱାଳ ଓ ତାଙ୍କ ପତ୍ନୀ ସରସ୍ୱତୀ ବିଶ୍ୱାଳଙ୍କୁ ଆକ୍ରମଣ କରିଥିଲେ । ଫଳରେ ଘଟଣାସ୍ଥଳରେ ସରସ୍ୱତୀ ପ୍ରାଣ ହରାଇଥିଲେ । ସେହିପରି ଚାନ୍ଦବାଲି ମେଡିକାଲରେ ସୁଧାକରଙ୍କ ମୃତ୍ୟୁ ହୋଇଥିଲା । ଆକ୍ରମଣକାରୀ ତ୍ରିଲୋଚନ ସେନାପତି ଓ ତାଙ୍କ ମା’ଙ୍କୁ ଅଟକ ରଖିବା ସହ ପୋଲିସ ଘଟଣାର ତଦନ୍ତ କରୁଛି ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

5 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

7 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

13 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

22 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

22 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

40 mins ago