Below header

କଟକରେ ଚାଞ୍ଚଲ୍ୟ, ବିଳମ୍ବିତ ରାତିରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା

କଟକ: କଟକରେ ଚାଞ୍ଚଲ୍ୟ । ବିଳମ୍ବିତ ରାତିରେ ବୃଦ୍ଧ ଦମ୍ପତିଙ୍କୁ ହତ୍ୟା । ମଧୁପାଟଣା ବେଲେଶ୍ୱର ମନ୍ଦିର ନିକଟରେ ହତ୍ୟାକାଣ୍ଡ ଘଟିଛି । ଘର ଭିତରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ଟଙ୍କା ଲୁଟ୍ ଉଦ୍ଦେଶ୍ୟରେ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଉଭୟଙ୍କ ଶରୀରରେ ଗଭୀର କ୍ଷତ ଚିହ୍ନ ରହିଛି । ମୃତକ ହେଲେ ଶ୍ରୀନାଥ ସାମଲ ଓ ତାଙ୍କ ପତ୍ନୀ ବିଦ୍ୟୁଲତା ସାମଲ । ତାଙ୍କର ୫ ଝିଅ ଓ ଗୋଟିଏ ପୁଅ ଅଛନ୍ତି । ତେବେ ସମସ୍ତେ ବାହାରେ ରହୁଥିବାବେଳେ ବୃଦ୍ଧି ଦମ୍ପତି ଘରେ ଥିଲେ । ଘଟଣାସ୍ଥଳରେ କଟକ ଡିସିପି ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରୁଛନ୍ତି । କେହି ପରିଚିତ ଲୋକ ଉଭୟଙ୍କୁ ହତ୍ୟା କରିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି । ଗତକାଲି ତାଙ୍କ ଝିଅ ଫୋନ୍ କରିବାରୁ କେହି ରିସିଭ୍ କରନିଥିଲେ। ଏ ସମ୍ପର୍କରେ ପଡୋଶୀଙ୍କୁ ଜଣାଇଥିଲେ । ପଡୋଶୀ ଘଟଣାସ୍ଥଳକୁ ଯାଇ ଘର କବାଟ ଖୋଲାଥିବା ଦେଖିଥିଲେ । ଆଉ ଭିତରେ ପଡିଥିଲା ମୃତଦେହ । ଆଜି ପରିବାର ଲୋକେ ପହଞ୍ଚିବା ପରେ ମୃତଦେହ ବ୍ୟବଛେଦ ପାଇଁ ପଠାଯାଇଛି। ଘରକୁ ସିଲ୍ କରିଦିଆଯିବା ସହ ବାହାରେ ପୋଲିସ ମୁତୟନ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.