କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ମିଳିଲା ଆଉ ଏକ ସମ୍ମାନ ସୂଚକ ଡକ୍ଟରେଟ୍

ଭୁବନେଶ୍ୱର(କେ ନ୍ୟୁଜ): ବିଶିଷ୍ଟ ଶିକ୍ଷାବିତ, ସମାଜସେବୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ଆଉ ଏକ ସମ୍ମାନ ସୂଚକ ଡକ୍ଟରେଟ୍ ମିଳିଛି । ପଞ୍ଜାବର ଦେଶ୍‌ ଭଗତ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନ ସୂଚକ ଡକ୍ଟରେଟ୍‌ ଏହି ଡିଗ୍ରୀ ପ୍ରଦାନ କରାଯାଇଛି। ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଡକ୍ଟର ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହା ହେଉଛି ଡକ୍ଟର ସାମନ୍ତଙ୍କ ୪୫ତମ ସମ୍ମାନସୂଚକ ଡକ୍ଟରେଟ୍‌ ଡିଗ୍ରୀ ।

ଡକ୍ଟର ସାମନ୍ତ ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଦୀର୍ଘ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି । ଏଥିପାଇଁ ତାଙ୍କୁ ଦେଶ, ବିଦେଶର ଅନେକ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ ଡିଗ୍ରୀ ପ୍ରଦାନ କରାଯାଇଛି । ଏହି ସମ୍ମାନ ପାଇବା ପରେ ଖୁସିବ୍ୟକ୍ତ କରିବା ସହ ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ତାଙ୍କର ଅବଦାନକୁ ସ୍ୱୀକୃତି ପ୍ରଦାନ କରିଥିବାରୁ ଡକ୍ଟର ସାମନ୍ତ ଦେଶ ଭଗତ୍‌ ବିଶ୍ୱବିଦ୍ୟାଳୟକୁ କୃତଜ୍ଞତା ଜଣାଇଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.