ନୂଆଦିଲ୍ଲୀ(କେନ୍ୟୁଜ୍): ଜି ମିଡିଆ ପକ୍ଷରୁ ବିଶିଷ୍ଟ ଶିକ୍ଷାବିତ୍ ଓ ସମାଜସେବୀ ଡ. ଅଚ୍ୟୁତ ସାମନ୍ତଙ୍କୁ ଅନନ୍ୟ ସମ୍ମାନ ୨୦୨୨ ପ୍ରଦାନ କରାଯାଇଛି। ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଡ. ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।
ଆଜି ନୂଆଦିଲ୍ଲୀଠାରେ ଜି ମିଡିଆ ପକ୍ଷରୁ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଜଳଶକ୍ତି ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ, କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଅନୁପ୍ରିୟା ପଟେଲଙ୍କ ଉପସ୍ଥିତିରେ ଡ. ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା।
ଅନ୍ୟମାନଙ୍କ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ପ୍ରାକ୍ତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର, ଭାରତୀୟ ପାରାଅଲିମ୍ପିକ୍ କମିଟି ସଭାପତି ଦୀପା ମଲ୍ଲିକ, ଏମ୍ସ ନୂଆଦିଲ୍ଲୀର ନିର୍ଦ୍ଦେଶକ ଡା. ରଣଦୀପ ଗୁଲେରିଆ ଓ ଅଲିମ୍ପିଆନ୍ କର୍ଣ୍ଣମ ମାଲେଶ୍ୱରୀ ପ୍ରମୁଖଙ୍କୁ ମଧ୍ୟ ଏହି ସମ୍ମାନ ପ୍ରଦାନ କରାଯାଇଛି। ନିଜ ପ୍ରତିକ୍ରିୟାରେ ଡ. ସାମନ୍ତ ଜି ମିଡିଆକୁ ଧନ୍ୟବାଦ ଜଣାଇବା ସହ ଏହି ସମ୍ମାନ ସମାଜସେବା କ୍ଷେତ୍ରରେ ଅଧିକ ପ୍ରେରଣା ଯୋଗାଇବ ବୋଲି କହିଛନ୍ତି।
–
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…
ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…