ରାଜ୍ୟ

କିଟ୍ କିସ୍ ପ୍ରତିଷ୍ଠାତା ଡ.ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍, ୫୨ରେ ପହଞ୍ଚିଲା ଡିଗ୍ରୀ ସଂଖ୍ୟା

କେନ୍ୟୁଜ୍(ବ୍ୟୁରୋ): ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠତା ଡ. ଅଚ୍ୟୁତ ସାମନ୍ତଙ୍କୁ ଚେନ୍ନାଇର ଭାରତ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ହାଇଅର ଏଜୁକେସନ ଆଣ୍ଡ ରିସର୍ଚ୍ଚ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି । ଶୁକ୍ରବାର ବିଶ୍ୱବିଦ୍ୟାଳୟର ୩୯ତମ ଦୀକ୍ଷାନ୍ତ ସମାରୋହରେ ଡ. ଅଚ୍ୟୁତ ସାମନ୍ତଙ୍କୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି । ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଡ. ଅଚ୍ୟୁତ ସାମନ୍ତଙ୍କୁ ଏହି ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି ।

କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ଡ. ଅଚ୍ୟୁତ ସାମନ୍ତ ବ୍ୟକ୍ତିଗତ ଭାବେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ହୋଇପାରି ନ ଥିବାରୁ ଭିଡିଓ ବାର୍ତ୍ତା ମାଧ୍ୟମରେ ଦୁଃଖ ପ୍ରକାଶ କରିଥିଲେ । ଏହା ହେଉଛି ଡ. ଅଚ୍ୟୁତ ସାମନ୍ତଙ୍କ ୫୨ତମ ଡକ୍ଟୋରେଟ । ଏହି ସମ୍ମାନ ପାଇଁ ଡ. ଅଚ୍ୟୁତ ସାମନ୍ତଙ୍କୁ ଭାରତ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ହାଇଅର ଏଜୁକେସନ ଆଣ୍ଡ ରିସର୍ଚ୍ଚ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିଜର କୃତଜ୍ଞତା ଜଣାଇଛନ୍ତି । ଏହା ତାଙ୍କୁ ସମାଜ ପାଇଁ ଆହୁରି ଅଧିକ କାର୍ଯ୍ୟ କରିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ଡ. ଅଚ୍ୟୁତ ସାମନ୍ତ କହିଛନ୍ତି ।

ଏହି ଦୀକ୍ଷାନ୍ତ ସମାରୋହରେ କେନ୍ଦ୍ର ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଡ. ରାଜକୁମାର ରଞ୍ଜନ ସିଂହ, ଇନ୍ଦିରାଗାନ୍ଧୀ ମୁକ୍ତ ବିଶ୍ୱବିଦ୍ୟାଳୟର ଉପକୁଳପତି ପ୍ରଫେସର କିରଣ ହଜାରିକା, ଭାରତ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ହାଇଅର ଏଜୁକେସନ ଆଣ୍ଡ ରିସର୍ଚ୍ଚ ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ମହମ୍ମଦ ରେଲା, କୁଳପତି ପ୍ରଫେସର କେ. ବିଜୟ ଭାସ୍କର ରାଜୁ ପ୍ରମୁଖ ଉପସ୍ଥିତ ଥିଲେ ।

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

7 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

10 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

10 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

11 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

13 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

13 hours ago