Categories: ରାଜ୍ୟ

ସଂସଦରେ ଓଡ଼ିଶାକୁ ସ୍ପେଷାଲ ଫୋକସ ଷ୍ଟେଟ ମାନ୍ୟତା ମିଳୁ ବୋଲି ଦାବି କଲେ କନ୍ଧମାଳ ସାଂସଦ ଡ.ଅଚ୍ୟୁତ ସାମନ୍ତ

କେନ୍ୟୁଜ୍(ବ୍ୟୁରୋ): ଓଡ଼ିଶାକୁ ସ୍ପେଷାଲ ଫୋକସ ଷ୍ଟେଟ ମାନ୍ୟତା ମିଳୁ। ସଂସଦରେ ଏହି ଦାବି ଉଠାଇଲେ କନ୍ଧମାଳ ସାଂସଦ ଡ.ଅଚ୍ୟୁତ ସାମନ୍ତ। ସ୍ୱତନ୍ତ୍ର ଫୋକସ ଷ୍ଟେଟର ମାନ୍ୟତା ଦେଇ ଅଧିକ ସହାୟତା ଯୋଗାଇ ଦେବା ଲାଗି କନ୍ଧମାଳ ସାଂସଦ ଡ.ଅଚ୍ୟୁତ ସାମନ୍ତ ଦାବି କରିଛନ୍ତି ।  ମଙ୍ଗଳବାର ଲୋକସଭାରେ ରାଷ୍ଟପ୍ରତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଅଂଶଗ୍ରହଣ କରି ଡ. ସାମନ୍ତ କହିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତତ୍ୱରେ ଓଡ଼ିଶା ଆଜି ଏକ ଅଗଣ୍ରୀ ରାଜ୍ୟ ଭାବେ ପରିଣତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇ ପାରିଛନ୍ତି।  ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ସରକାର ଦୀର୍ଘ ବର୍ଷ ଧରି ସାଢ଼େ ଚାରି କୋଟି ଓଡ଼ିଆଙ୍କ ସ୍ୱାର୍ଥରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ କରି ଆସୁଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୟୋଚିତ ଓ ଆଗୁଆ ପଦକ୍ଷେପ ଯୋଗୁଁ ଓଡ଼ିଶାରେ କରୋନା ମହାମାରୀର ପରିଚାଳନା ଓ ନିୟନ୍ତ୍ରଣ ଅନ୍ୟ ରାଜ୍ୟଗୁଡିକ ପାଇଁ ଉଦାହରଣ ସୃଷ୍ଟି କରିଛି। ଟିକାଦାନ କ୍ଷେତ୍ରରେ ଓଡ଼ିଶା ମଧ୍ୟ ଅନ୍ୟ ରାଜ୍ୟଗୁଡିକଠାରୁ ଆଗରେ ରହିଛି। ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ସଶକ୍ତୀକରଣ, ସାମାଜିକ ସୁରକ୍ଷା, କ୍ରୀଡ଼ା, ସଂସ୍କୃତି, ପୁରାତନ ଐତିହ୍ୟ କୀର୍ତ୍ତିରାଜିର ସୁରକ୍ଷା ଓ କୃଷି ଓ କୃଷକ ସଶକ୍ତକ୍ତୀକରଣ ଆଦି କ୍ଷେତ୍ରରେ ଓଡ଼ିଶା, ସମଗ୍ର ଭାରତ ପାଇ ଁ ଉଦାହରଣ ପାଲଟିଛି। ନବୀନ ସର୍ବଦା ସାଧାରଣ ଲୋକଙ୍କୁ ଅଗ୍ରାଧିକାର ଦେଇ ଆସିଛନ୍ତି। ବିଶ୍ୱକବି ରବୀନ୍ଦ୍ର ନାଥ ଟାଗୋରଙ୍କ ଉକ୍ତିକୁ ଉଦ୍ଧୃତ କରି ଡ.ସାମନ୍ତ କହିଥିଲେ କ୍ଷମତା ନବୀନ ପଟ୍ଟନାୟକଙ୍କୁ ବାନ୍ଧି ରଖି ପାରିନାହିଁ। ସାଧାରଣ ଲୋକଙ୍କ ମୁହଁରେ ହସ ଫୁଟାଇବା ପାଇଁ ସେ ସବୁ ବେଳେ ଚେଷ୍ଟିତ ରହିଛନ୍ତି। ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ମହିଳାଙ୍କ ପାଇଁ ୫୦% ସଂରକ୍ଷଣ ବ୍ୟବସ୍ଥା କରି ଓଡ଼ିସା ମହିଳା ସଶକ୍ତକ୍ତୀକରଣ ଦିଗରେ ଆଗରେ ରହିଆସିଛି।

ବିଧାନସଭା ଓ ଲୋକସଭାରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ଲାଗି ବିଜେଡି ଦାବି କରି ଆସୁଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଦେଶର ଅନ୍ୟତମ ପ୍ରମୁଖ ଶିକ୍ଷା ହବ୍‌ରେ ପରିଣତ ହୋଇ ପାରିଛି। ରାଜ୍ୟ ସରକାର ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଇଂଜିନୟିରିଂ ଓ ମେଡିକାଲ କଲେଜରେ ସ୍ଥାନ ସଂରକ୍ଷଣର ବ୍ୟବସ୍ଥା କରିଥିବା କହିଛନ୍ତି ଡ.ସାମନ୍ତ। ଏହି ଅବସରରେ ସେ କେନ୍ଦ୍ର ସରକାର ପ୍ରାକୃତିକ ବିପର୍ଯ୍ୟୟ କବଳିତ ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ ଷ୍ଟେଟର ମାନ୍ୟତା ଦେଇ ଅଧିକ ସହାୟତା ଯୋଗାଇ ଦେବା ସହ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଦାବି କରିଥିଲେ। କେନ୍ଦ୍ର ସରକାର ଦେଶରେ ସ୍ୱାସ୍ଥ୍ୟ ସେବାରେ ଉନ୍ନତି ଆଣିବା ସହ ସ୍ୱାସ୍ଥ୍ୟ ସେବା ବ୍ୟାପକ କରିବା ପାଇଁ ଚେଷ୍ଟା କରିଆସୁଛନ୍ତି।

KNews Bureau

Recent Posts

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

2 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

10 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

13 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

20 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

46 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

55 mins ago