କନ୍ଧମାଳ(କେନ୍ୟୁଜ୍): କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଆଜି ରାଇକିଆରେ ନବନିର୍ମିତ ମିଶନ ଶକ୍ତି ଗୃହର ଶୁଭ ଉଦଘାଟନ କରିଛନ୍ତି । ଏଥିରେ ଜି ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ରାଇକିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ମାନିନୀ ପ୍ରଧାନ, ରାଇକିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ସ୍ମରଣିକା ଟୁଲ, ରାଇକିଆ ସରପଞ୍ଚ ପଞ୍ଚୁ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ପରେ ସେ ରାଇକିଆ କଲ୍ୟାଣ ମଣ୍ଡପଠାରେ ବିଜୁ ଜନତା ଦଳ ବ୍ଲକ ସ୍ତରୀୟ ସାଙ୍ଗଠନିକ ବୈଠକରେ ଯୋଗ ଦେଇଥିଲେ । ଏଥିରେ ସାଂସଦ ଡ. ଅଚ୍ୟୁତ ସାମନ୍ତଙ୍କ ସମେତ ଜି ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ଜି ଉଦୟଗିରି ପର୍ଯ୍ୟବେକ୍ଷକ ବିକ୍ରମ ପଣ୍ଡା, ଜିଲ୍ଲା ସହ ପର୍ଯ୍ୟବେକ୍ଷକ କିଶୋର ମେହେର, ବିଜୁ ଯୁବ ସଭାପତି ବିଷ୍ଣୁ ମଲ୍ଲିକ, ମହିଳା ସଭାପତି ପୁନମ କହଁର ପ୍ରମୁଖ ଉପସ୍ଥିତ ଥିଲେ ।
ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପ୍ରତି ବ୍ଲକରେ ସାଙ୍ଗଠନିକ ବୈଠକ ସଂପର୍କରେ ଆଲୋଚନା କରାଯାଇଥିଲା । ଆଗାମୀ ନିର୍ବାଚନରେ ଦଳ କିପରି ଭଲ ପ୍ରଦର୍ଶନ କରିବ ସେ ନେଇ ବିଜେଡି କର୍ମୀମାନଙ୍କୁ ଆବଶ୍ୟକ ପରାମର୍ଶ ଦେଇଥିଲେ ।
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…