Below header

ଡ. ରାମଚନ୍ଦ୍ର ବେହେରା ପାଇଲେ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର

ଭୁବନେଶ୍ୱର: ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବିଶିଷ୍ଟ କଥାଶିଳ୍ପୀ ତଥା ସାରସ୍ୱତ ସାଧକ ଡ. ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ପ୍ରଦାନ କରାଯାଇଛି । ଡ. ବେହେରାଙ୍କୁ ମାନପତ୍ର, ପୁଷ୍ପଗୁଚ୍ଛ ସହ ୫ ଲକ୍ଷ ଟଙ୍କାର ଅର୍ଥରାଶି ଚେକ୍‌ ଆକାରରେ ଦିଆଯାଇଛି । ଏଥିସହିତ ସାରସ୍ୱତ ସାଧନା ଓ ଓଡ଼ିଆ ବାଣୀଭଣ୍ଡାରକୁ ଉଲ୍ଲେଖନୀୟ ଅବଦାନ ପାଇଁ ୧୫ଜଣ ସାରସ୍ୱତ ସାଧକଙ୍କୁ ମାନପତ୍ର, ଉପଢୌକନ ସହ ୧ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ପ୍ରଦାନ କରାଯାଇଛି ।

ଆଜି ସ୍ଥାନୀୟ ସଂସ୍କୃତି ଭବନଠାରେ ଏକାଡେମୀର ୨୮ ତମ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏଥିରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଏକେଡମୀର ସଭାପତି ବିଶିଷ୍ଟ କବି ଡ. ହୃଷୀକେଶ ମଲ୍ଲିକ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.