ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଭାଇ କହି ସମ୍ବୋଧନ କଲେ ଦ୍ରୌପଦୀ ମୁର୍ମୁ: କହିଲେ’ ରାକ୍ଷୀ ବାନ୍ଧିଥିଲି, ମାଗିବା ପୂର୍ବରୁ ସମର୍ଥନ ମିଳି ଯାଇଛି’

ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶାରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସମର୍ଥନ ଲୋଡ଼ି ଓଡ଼ିଶା ଆସିଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ବିଧାୟକ ଓ ସାଂସଦଙ୍କୁ ଭେଟିଛନ୍ତି। ବିଧାନସଭା ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କୁ ଭାଇ କହି ସମ୍ବୋଧନ କରିଛନ୍ତି ଦ୍ରୌପଦୀ ମୁର୍ମୁ। ଭାବପ୍ରବଣ ହୋଇ ନବୀନଙ୍କୁ ରାକ୍ଷୀ ବାନ୍ଧିଥିଲି ବୋଲି କହିଛନ୍ତି। ମାଗିବା ଆଗରୁ ନିର୍ବାଚନ ପାଇଁ ସମର୍ଥନ ଦେବା ସହ ବିଦେଶରେ ଥାଇ ତାଙ୍କ ସହ ମୁଖ୍ୟମନ୍ତ୍ରୀ ଫୋନ୍‌ରେ କଥା ହୋଇଥିଲେ ବୋଲି କହିଛନ୍ତି ଦ୍ରୌପଦୀ ମୁର୍ମୁ। କହିଛନ୍ତି, ମୁଁ ଗାଁର ଝିଅ, ମନ୍ତ୍ରୀ ଥିଲି ବହୁ କାମ କରିଛି। ଆହୁରି କାମ ବାକି ଅଛି, ଏବେ ଆପଣଙ୍କ ସହଯୋଗ ଦରକାର।

ପୂର୍ବରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ବିଜେଡି ଓ ବିଜେପି ଦଳର ବହୁ ନେତା ଓ ସାଂସଦ ତାଙ୍କୁ ସ୍ୱାଗତ ଜଣାଇଥିଲେ। ପାରମ୍ପରିକ ଆଦିବାସୀ ନୃତ୍ୟ ଓ ସଂଗୀତ ମାଧ୍ୟରେ ତାଙ୍କୁ ସ୍ୱାଗତ କରାଯାଇଥିଲା। ଦ୍ରୌପଦୀଙ୍କୁ ପାଛୋଟି ଆଣିବାକୁ ବିମାନବନ୍ଦରରେ ଦଳୀୟ କର୍ମୀ ଓ ସାଧାରଣ ଜନତାଙ୍କ ପ୍ରବଳ ଭିଡ଼ ଦେଖାଯାଇଥିଲା। ବିମାନବନ୍ଦରରୁ ରାଜ୍ୟ ଅତିଥି ଭବନ ଯାଇ ସେଠାରେ ବିଜେପି ବିଧାୟକ ଓ ସାଂସଦମାନଙ୍କୁ ଭେଟି ଆଲୋଚନା କରିଥିଲେ। ବିଧାନସଭାରୁ ସେ ନବୀନ ନିବାସ ଯାଇ ମଧ୍ୟାହ୍ନ ଭୋଜନ କରିବାର କାର୍ଯ୍ୟକ୍ରମ ରହିଛି। ପରେ ସେ ନୂଆଦିଲ୍ଲୀ ଯାତ୍ରା କରିବେ।

Sonalisa

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

7 seconds ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

15 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

28 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

28 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago