DRDO ତଥ୍ୟ ଲିକ୍‌ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ପ୍ରସଂଗ ନେଇ ହାଇକୋର୍ଟରେ ପହଞ୍ଚିଲା ମାମଲା

ବାଲେଶ୍ୱର (କେନ୍ୟୁଜ): ଚାନ୍ଦିପୁର DRDO ତଥ୍ୟ ଲିକ୍‌ ମାମଲାରେ ଉଚ୍ଚସ୍ତରୀୟ ତଦନ୍ତ ପ୍ରସଂଗ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ଦାୟର ମାମଲାର ଶୁଣାଣି ହୋଇଛି। ପ୍ରତିପକ୍ଷ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ମାଧ୍ୟମରେ ହାଇକୋର୍ଟରେ ରିପୋର୍ଟ ଉପସ୍ଥାପିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ପରବର୍ତ୍ତୀ ଶୁଣାଣି ପୂର୍ବରୁ ଏହି ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି।

ଆଇନଜୀବୀ ଅରୁଣ କୁମାର ବୁଦ୍ଧିଆଙ୍କ ପକ୍ଷରୁ ଦାୟର ଆବେଦନରେ ଦର୍ଶାଯାଇଛି ଯେ ଦେଶର ପ୍ରତିରକ୍ଷା ସଂପର୍କିତ ତଥ୍ୟ ଚୋରି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଂଗ ହୋଇଥିବା ବେଳେ ସରକାର କ୍ରାଇମବ୍ରାଞ୍ଚକୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଗତ ସେପ୍ଟେମ୍ବର ୧୪ ତାରିଖରେ ଏହି ଘଟଣାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ବହୁ ତଥ୍ୟ ତଦନ୍ତରୁ ହସ୍ତଗତ ହୋଇଛି। ତେଣୁ ଘଟଣାର ସିବିଆଇ କିମ୍ବା ଏନଆଇଏ ତଦନ୍ତ କରାଯିବା ଉଚିତ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.