ରାଜ୍ୟ

ଯାଜପୁର: ଭାରସାମ୍ୟ ହରାଇ ଓଲଟିଲା କଳାପଥର ବୋଝେଇ ଟ୍ରାକ୍ଟର, ଚାଳକ ଗୁରୁତର

ଯାଜପୁର (କେନ୍ୟୁଜ): ଧର୍ମଶାଳା ତହସିଲ ଅଧିନ ବାଘୁଆ କଳାପଥର ଖାଦାନରେ ଦୁର୍ଘଟଣା। ଭାରସାମ୍ୟ ହରାଇ ଓଲଟିଲା କଳାପଥର ବୋଝେଇ ଟ୍ରାକ୍ଟର। ଏଥିରେ ଗାଡିର ଚାଳକ ଗୁରୁତର ଭାବେ ଆହତ ହୋଇଛନ୍ତି। ଚାଳକ ହେଲେ ସ୍ଥାନୀୟ ମକୁନ୍ଦପୁର ଗ୍ରାମର ଅଚ୍ୟୁତାନନ୍ଦ ଓଝା।

ଆଜି ଅଚ୍ୟୁତାନନ୍ଦ ବାଘୁଆ କଳାପଥର ଖାଦାନରୁ ଟ୍ରାକ୍ଟରରେ କଳାପଥର ବୋଝେଇ କରି ତଳକୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ଓଲଟି ପଡିଥିଲା। ଏହି ସମୟରେ ଅଚ୍ୟୁତାନନ୍ଦ ଟ୍ରାକ୍ଟର ତଳେ ରହି ଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ  କଟକ ମେଡ଼ିକାଲ ସ୍ଥାନାନ୍ତର କରାଯାଇଛି। ତେବେ ଏହି ଦୁର୍ଘଟଣା ବେଆଇନ କଳାପଥର ଖାଦାନରେ ଘଟିଥିବା ବେଳେ ଜେନାପୁର ପୋଲିସ ଘଟଣାର ତଦନ୍ତ କରୁଛି।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago